Report Card Odisha

| Daily Odia News

ନିର୍ଦ୍ଧାରିତ ସମୟ ପୂର୍ବରୁ ସରିଲା ବିଧାନସଭା…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ମାତ୍ର ୪ ଦିନରେ ଶେଷ ହୋଇଗଲା ବିଧାନସଭା ଶୀତ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ବିଧାନସଭା ଶେଷ ହୋଇଛି । ବିଧାନସଭାର ଶୀତକାଳୀନ ଅଧିବେଶ ଚାଲିବା ପାଇଁ ନଭେମ୍ବର ୨୧ରୁ ଡିସେମ୍ବର ୩୦ ଯାଏଁ କାର୍ଯ୍ୟସୂଚୀ ଧାର୍ଯ୍ୟ କରାଯାଇଥିଲା। ୨୬ଟି କାର୍ଯ୍ୟଦିବସ ପୂର୍ବରୁ ବିଧାନସଭାକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ | ତେବେ ହଟ୍ଟଗୋଳ କରି ବିରୋଧୀ କକ୍ଷତ୍ୟାଗ ତ୍ୟାଗ କରିଛନ୍ତି। ଶୁକ୍ରବାର ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିବାକୁ ମୋସନ ଆଣିଥିଲେ। ବିଜେଡି ବିଧାୟକ ଶଶୀଭୂଷଣ ବେହେରା ଓ ଭୁପିନ୍ଦର ସିଂ ଏହାକୁ ସମର୍ଥନ ଜଣାଇଥିଲେ । ତେବେ ଆଗୁଆ ବିଧାନସଭା ବନ୍ଦ କରାଯିବା ନିଷ୍ପତ୍ତିକୁ ବିରୋଧ କରି ବିଜେପି ଓ କଂଗ୍ରେସର ସଦସ୍ୟମାନେ କକ୍ଷତ୍ୟାଗ କରିଥିଲେ । ୪ ଦିନ ମଧ୍ୟରେ ଗୋଟିଏ ମୁଲତବୀ ପ୍ରସ୍ତାବ ଆଲୋଚନା ହୋଇଥିବା ବେଳେ ଦୁଇ ଦିନ ଧରି ଆଦିବାସୀ ଜମି ହସ୍ତାନ୍ତର ଆଇନକୁ ନେଇ ଗୃହରେ ହୋହାଲ୍ଲା ହୋଇଥିଲା । ଯାହାପରେ ବିଧାନସଭାକୁ ଆଜି ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଦିଆଯାଇଛି |

Breaking News