Report Card Odisha

| Daily Odia News

ରାଜସ୍ଥାନରେ ମତଦାନ ଜାରି…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ରାଜସ୍ଥାନ ବିଧାନସଭା ପାଇଁ ଆଜି ମତଦାନ ଆରମ୍ଭ ହୋଇଛି । ୨୦୦ ଆସନ ବିଶିଷ୍ଟ ବିଧାନସଭାରେ ୧୯୯ଟି ଆସନରେ ଭୋଟଗ୍ରହଣ ହେଉଛି । ରାଜ୍ୟରେ ୫୧,୭୫୬ ପୋଲିଂ ବୁଥ୍‌ ସ୍ଥାପନ ହୋଇଛି।ଶ୍ରୀଗଙ୍ଗାନଗରର କରନପୁର ଆସନରେ କଂଗ୍ରେସ ପ୍ରାର୍ଥୀ ଗୁରମିତ ସିଂହ କୁନରଙ୍କ ମୃତ୍ୟୁ ଯୋଗୁ ସେଠାରେ ନିର୍ବାଚନ ସ୍ଥଗିତ ରହିଛି। ଆଜି ସକାଳ ୭ଟାରୁ ଭୋଟଗ୍ରହଣ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟାରେ ଶେଷ ହେବ। ଗୁରୁବାର ରାଜ୍ୟରେ ନିର୍ବାଚନ ପ୍ରଚାର ଶେଷ ହୋଇଛି। ଏଠାରେ ମୁଖ୍ୟତଃ ବିଜେପି ଓ କଂଗ୍ରେସ ମଧ୍ୟରେ ପ୍ରତିଦ୍ବନ୍ଦ୍ବିତା ହୋଇଛି। ଭୋଟଗ୍ରହଣ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ହୋଇଛି।

 

Breaking News