ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୁଣି ଥରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ସଂଧ୍ୟାରେ ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚିବାପରେ ରାଜଭବନରେ ବିଶ୍ରାମ ନେବେ। ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପାରାଦୀପରେ ହେବାକୁ ଥିବା ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଛି। କେନ୍ଦ୍ରାଞ୍ଚଳ ଆଇଜି ଆଶିଷ କୁମାରସିଂ ମଧ୍ୟ ପାରାଦୀପରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଆଜି ପୁଣି ଥରେ ସ୍ପଟ୍ ରିହର୍ସଲ କରିବ ପୋଲିସ । ହେଲିପ୍ୟାଡରୁ ବୋଇତ ବନ୍ଦାଣ କାର୍ଯ୍ୟକ୍ରମସ୍ଥଳ ପର୍ଯ୍ୟନ୍ତ ମୁତୟନ ରହିବେ ପୋଲିସ ଫୋର୍ସ। ଏସପିଙ୍କ ସମେତ ୫ କମାଣ୍ଡାଣ୍ଟ ରାଙ୍କ୍ ଅଫିସର, ୧୩ ଡିଏସପି ଏବଂ ୩୦ ପ୍ଲାଟୁନ ଫୋର୍ସ ମୁତୟନ ରହିବେ।






More Stories
ଦାୟିତ୍ୱ ବାଣ୍ଟିଲେ ନବୀନ…..
ହେରିଟେଜ୍ ହ୍ରଦ ବିନ୍ଦୁ ସାଗର…..
୪ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..