ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଗୁଜରାଟରେ ଅଦିନିଆ ମେଘ ସାଙ୍ଗକୁ ପ୍ରବଳ ଘଡଘଡି ହୋଇଛି । ବଜ୍ରାଘାତରେ ଗୋଟିଏ ଦିନରେ ୨୦ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଏଥିସହ ଏକର ଏକର ଜମିର ଫସଲ ନଷ୍ଟ ହୋଇଯାଇଛି। କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏନେଇ ଶୋକବ୍ୟକ୍ତ କରିବା ସହ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି। ଏକ୍ସ ପୋଷ୍ଟରେ ଶାହ କହିଛନ୍ତି, “ଗୁଜରାଟର ବିଭିନ୍ନ ସହରରେ ଖରାପ ପାଗ ଏବଂ ବଜ୍ରପାତ ଯୋଗୁଁ ଅନେକ ଲୋକଙ୍କ ମୃତ୍ୟୁ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ। ଏହି ଦୁଃଖଦ ଘଟଣାରେ ପ୍ରିୟଜନଙ୍କୁ ହରାଇଥିବା ପରିବାରକୁ ଗଭୀର ସମବେଦନା ଜଣାଉଛି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି।” ସ୍ଥାନୀୟ ପ୍ରଶାସନ ରିଲିଫ କାର୍ଯ୍ୟରେ ନିୟୋଜିତ ଥିବା କହିଛନ୍ତି ଶାହ।






More Stories
ଆଫଗାନିସ୍ତାନରେ ବୋମା ମାଡ଼ କଲା ପାକ୍……
୧୫ IPS ଅଫିସରଙ୍କୁ ୧୭ ଜିଲ୍ଲା ନିରୀକ୍ଷଣ ଦାୟିତ୍ୱ…..
ମମତା ଙ୍କ ଘରେ ସିଆଇଡ଼ି ଚଢ଼ାଉ…..