ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଉ ୫ ବର୍ଷ ବଢିଲା ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା । ଏହାଦ୍ୱାରା ୮୧ କୋଟି ଲୋକେ ଉପକୃତ ହେବେ। ଏନେଇ କ୍ୟାବିନେଟ୍ରେ ନିଷ୍ପତ୍ତି ହୋଇଥିବା ନେଇ ଆଜି କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ସୂଚନା ଦେଇଛନ୍ତି । ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ଆଉ ପାଞ୍ଚ ବର୍ଷ ବୃଦ୍ଧି ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏଥିରେ ପ୍ରାୟ ୧୧.୮୦ ଲକ୍ଷ କୋଟି ଖର୍ଚ୍ଚ ହେବ। କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି ,ଗରିବ କଲ୍ୟାଣ ଅନ୍ନ ଯୋଜନା ଆସନ୍ତା ୧ ଜାନୁୟାରୀ ୨୦୨୪ ରୁ ଆସନ୍ତା ପାଞ୍ଚ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରାଯିବ। କୋଭିଡ୍ ୧୯ ମହାମାରୀ ସମୟରେ ଏହି ଯୋଜନା ଆରମ୍ଭ ହୋଇଥିଲା । ଗତ ପାଞ୍ଚ ବର୍ଷ ମଧ୍ୟରେ ପ୍ରାୟ ୧୩.୫୦ କୋଟି ଭାରତୀୟ ଦାରିଦ୍ର୍ୟ ସୀମା ରେଖାରୁ ଉପରକୁ ଉଠିଛନ୍ତି ବୋଲି କେନ୍ଦ୍ର ମନ୍ତ୍ରୀ କହିଛନ୍ତି। ଏହା ମୋଦୀ ସରକାରଙ୍କ ଏକ ବଡ ସଫଳତା । ଅନୁରାଗ ଠାକୁର ସୂଚନା ଦେଇଛନ୍ତି , ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ଡ୍ରୋନ୍ ଯୋଗାଇବା ପାଇଁ କେନ୍ଦ୍ର କ୍ୟାବିନେଟ୍ ମଧ୍ୟ ଏହି ଯୋଜନାକୁ ଅନୁମୋଦନ କରିଛି। କୃଷି ପାଇଁ କୃଷକଙ୍କୁ ଭଡା ସୂତ୍ରରେ ସେବା ଯୋଗାଇବା ପାଇଁ ୨୦୨୩-୨୪ ରୁ ୨୦୨୫-୨୦୨୬ ମଧ୍ୟରେ ୧୫,୦୦୦ ମନୋନୀତ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ଡ୍ରୋନ ଯୋଗାଇ ଦିଆଯିବ। ସରକାରଙ୍କ ଏହି ନିଷ୍ପତ୍ତି ସମ୍ପର୍କରେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ସୂଚନା ଦେଇଛନ୍ତି।






More Stories
୧୫ IPS ଅଫିସରଙ୍କୁ ୧୭ ଜିଲ୍ଲା ନିରୀକ୍ଷଣ ଦାୟିତ୍ୱ…..
ମମତା ଙ୍କ ଘରେ ସିଆଇଡ଼ି ଚଢ଼ାଉ…..
ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ କଳଙ୍କ ନୁହେଁ…..