Report Card Odisha

| Daily Odia News

ଭିଜିଲାନ୍ସ ଜାଲରେ ରେଞ୍ଜର…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅବସରପ୍ରାପ୍ତ ରେଞ୍ଜର ଜଗବନ୍ଧୁ ପାଢୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଜଗବନ୍ଧୁଙ୍କ ଘର ସମେତ ଏକ କାଳୀନ ୫ଟି ସ୍ଥାନରେ ଚଢାଉ କରାଯାଇଛି। ଜଣେ ଡିଏସପିଙ୍କ ନେତୃତ୍ୱରେ ଭିଜିଲାନ୍ସର ପାଞ୍ଚ ଜଣିଆ ଟିମ୍ ଚଢ଼ାଉରେ ସାମିଲ ଅଛନ୍ତି। ଜଗବନ୍ଧୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ତାଙ୍କ ଘରେ ଚଢ଼ାଉ କରିଛି। ଜଗବନ୍ଧୁ ୮ବର୍ଷ ହେଲା ଚାକିରିରୁ ଅବସର ନେଇଥିଲେ।

Breaking News