ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପଟି ଆଜି ଅବପାତରେ ପରିଣତ ହୋଇଛି। ଏହା ପୁଡୁଚେରୀ ଠାରୁ ୭୯୦, ଚେନ୍ନାଇ ଠାରୁ ୮୦୦ କିମି ଦୂରରେ ଅବସ୍ଥିତ ରହିଛି। ଦିନକ ପରେ ଅର୍ଥାତ ୩ ତାରିଖ ଏହା ବାତ୍ୟାରେ ରୂପ ନେଇପାରେ । ଏନେଇ ପୂର୍ବାନୁମାନ କରିଛି ପାଣିପାଗ । ସୂଚନା ଅନୁସାରେ, ସୁଦୃଶ୍ୟ ଲଘୁଚାପଟି ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଦକ୍ଷିଣପୂର୍ବରେ ଅବପାତ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆହୁରି ଘନୀଭୂତ ହୋଇ କାଲି ସୁଦ୍ଧା ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ୩ ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବ। ବାତ୍ୟାରେ ପରିଣତ ହୋଇ ୪ ତାରିଖ ସଂଧ୍ୟାରେ ଚେନ୍ନାଇ ଓ ମଛଲିପଟ୍ଟନମ ମଝିରେ ଉପକୂଳ ଛୁଇଁବ ବୋଲି ପୂର୍ବାନୁମାନ କରିଛି ପାଣିପାଗ। ଏହି ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ତାମିଲନାଡୁର ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଗଲାଣି ପ୍ରବଳ ବର୍ଷା। ତାମିଲନାଡୁରେ ସମ୍ଭାବ୍ୟ ବାତ୍ୟାକୁ ଦେଖି ମୁତୟନ କରାଯାଇଛି NDRF ଟିମ୍। ପ୍ରବଳ ବର୍ଷା ଯୋଗୁଁ କାଞ୍ଚିପୁରମ୍ ଓ ଥିରୁବଲ୍ଲୁର ଜିଲ୍ଲାରେ ସ୍କୁଲ ଓ କଲେଜ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ।






More Stories
ଦାୟିତ୍ୱ ବାଣ୍ଟିଲେ ନବୀନ…..
ହେରିଟେଜ୍ ହ୍ରଦ ବିନ୍ଦୁ ସାଗର…..
୪ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..