ରିପୋର୍ଟ କାର୍ଡ / ଭୁବନେଶ୍ୱର
ନିଜ ମାଟିକୁ ଫେରିଲେ ଉତ୍ତରକାଶୀ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକ । ଶ୍ରମ ମନ୍ତ୍ରୀ ସାରଦା ପ୍ରସାଦ ନାୟକଙ୍କ ସହ ଶୁକ୍ରବାର ଶ୍ରମିକମାନେ ଭୁବନେଶ୍ବରରେ ପହଞ୍ଚିଥିଲେ। ଭୁବନେଶ୍ବର ବିମାନ ବନ୍ଦରରେ ସେମାନଙ୍କୁ ପୁଷ୍ପମାଲ୍ୟ ଦେଇ ସ୍ବାଗତ କରାଯାଇଛି। ଗୁରୁବାର ସମସ୍ତ ୫ ଓଡ଼ିଆ ଶ୍ରମିକ ଋଷିକେଶ ଏମ୍ସରୁ ଡିସଚାର୍ଜ ହେବା ପରେ ଦିଲ୍ଲୀ ଆସି ଓଡ଼ିଶା ଭବନରେ ରହିଥିଲେ। ଶୁକ୍ରବାର ୪ ଶ୍ରମିକ ନିଜ ପରିବାର ସଦସ୍ୟଙ୍କ ସହ ଭୁବନେଶ୍ବରରେ ପହଞ୍ଚିଛନ୍ତି। ଅନ୍ୟଜଣେ ଶ୍ରମିକ ପରେ ଆସିବା ନେଇ ସୂଚନା ମିଳିଛି।






More Stories
ରାଜ୍ୟସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ଦେବାଶିଷ…..
ତାତିରୁ ମିଳିବ ମୁକ୍ତି,ଆସୁଛି ବର୍ଷା…..
ଗୋଟିଏ ଟ୍ରାକ୍ ରେ ୨ ଟ୍ରେନ୍ ମୁହାଁମୁହିଁ…..