ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ । ମଧ୍ୟପ୍ରଦେଶରରେ ମୋହନ ଯାଦବ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ | ଆଜି ରାଜ୍ୟପାଳ ମଙ୍ଗୁଭାଇ ଛଗନଭାଇ ପଟେଲ ମୋହନ ଯାଦବଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । ଏଥିପାଇଁ ଭୋପାଳରେ ଭବ୍ୟ ଆୟୋଜନ କରାଯାଉଛି । ସକାଳ ୧୧ଟା ୩୦ରେ ହେବାକୁ ଥିବା ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଯୋଗଦେବେ । ଏଥିସହ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ନିମନ୍ତ୍ରଣ କରାଯାଇଛି ।ମଧ୍ୟପ୍ରଦେଶରରେ ଦୁଇଜଣ ଉପମୁଖ୍ୟମନ୍ତ୍ରୀ ରାଜେନ୍ଦ୍ର ଶୁକ୍ଳା ଓ ଜଗଦୀଶ ଦେଓଡା ଶପଥ ନେବେ। ପୂର୍ବତନ କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମରଙ୍କୁ ବାଚସ୍ପତି ଦାୟିତ୍ୱ ମିଳିବ ବୋଲି ସୂଚନା ମିଳିଛି । ସେହିପରି ଛତିଶଗଡରେ ମଧ୍ୟ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବିଷ୍ଣୁ ଦେଓ ସାଏ । ଅପରାହ୍ନ ୪ଟାରେ ଶପଥଗ୍ରହଣ ସମାରୋହ ହେବ। ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ।
ରାୟପୁର ସାଇନ୍ସ କଲେଜ ଗ୍ରାଉଣ୍ଡରେ ଏଥିପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି |






More Stories
ଏନଡିଏ ବୈଠକରେ ମୋଦୀଙ୍କୁ ଭବ୍ୟ ସ୍ୱାଗତ…..
ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ…..
EV କିଣୁଥିବା ଗ୍ରାହକ ଖୁସି!…..