ରିପୋର୍ଟ କାର୍ଡ / ଭୁବନେଶ୍ବର
ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ କୁମାର ପାଢ଼ୀଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ (ACS) ପାହ୍ୟାକୁ ପଦୋନ୍ନତି ମିଳିଛି। ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବୁଧବାର ଏହି ବିଜ୍ଞପ୍ତି ପ୍ରକାଶ ପାଇଛି।୧୯୯୬ ବ୍ୟାଚର ଏହି ଆଇଏଏସ୍ ଅଫିସରଙ୍କୁ ପେ-ମ୍ୟାଟ୍ରିକ୍ସର ଲେଭଲ-୧୭’ କୁ ପଦୋନ୍ନତି ଦିଆଯାଇଛି। ଏହି ନିୟମ ୨୦୨୬ ଜାନୁଆରୀ ୧ ତାରିଖରୁ ଲାଗୁ ହେବ। ପଦୋନ୍ନତି ପରେ ମଧ୍ୟ ସେ କୃଷି ବିଭାଗର ପ୍ରମୁଖ ସଚିବ ଓ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ଭାବେ କାର୍ଯ୍ୟ ଜାରି ରଖିବେ। ଏହା ସହିତ ୧୯୯୫ ବ୍ୟାଚର ଆଇଏଏସ୍ ଅଫିସର ସୁଶୀଲ କୁମାର ଲୋହାନୀଙ୍କୁ ମଧ୍ୟ ସମାନ ଭାବେ ଲେଭଲ-୧୭ ଆପେକ୍ସ ଗ୍ରେଡକୁ ପଦୋନ୍ନତି ମିଳିଛି।






More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..