ରିପୋର୍ଟ କାର୍ଡ / ଢେଙ୍କାନାଳ
ଢେଙ୍କାନାଳ ଜିଲ୍ଲା ଉପରବାଘଲୁଣ୍ଡା ଠାରେ ବସ୍ ଧକ୍କାରେ ଜଣେ କଲେଜ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ମୃତ ଛାତ୍ରୀଙ୍କ ନାଁ ଇପ୍ସିତା ବରାଳ, ଘର ବେଲପଡ଼ାରେ। ସେ ନିକଟସ୍ଥ ଏକ କଲେଜରେ ଯୁକ୍ତ ଦୁଇ ପ୍ରଥମ ବର୍ଷରେ ପଢୁଥିଲେ। ସକାଳେ ନିଜ ଦାଦାଙ୍କ ସହ ସ୍କୁଟିରେ ଯାଉଥିବା ବେଳେ ବସ୍ ସହ ଧକ୍କା ହୋଇଥିଲା। ବାଇକ୍ ଆରୋହୀ ଛାତ୍ରୀଙ୍କ ଦାଦା ଆହତ ହୋଇଥିବା ବେଳେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ସ୍ଥଳରେ ଉତ୍ତେଜନା ଲାଗିରହିଥିବା ବେଳେ ପୋଲିସ ପହଞ୍ଚି ବୁଝାସୁଝା କରିଛି ।
More Stories
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..