ରିପୋର୍ଟ କାର୍ଡ / ଭୁବନେଶ୍ୱର
ବାତ୍ୟାରେ ଯେଉଁମାନଙ୍କର ଘର ଭାଙ୍ଗିଛି ସେମାନଙ୍କୁ ପକ୍କା ଘର ଦିଆଯିବ। ଏହା କହିଛନ୍ତି ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ। ବାତ୍ୟା ପରବର୍ତ୍ତୀ କ୍ଷୟକ୍ଷତି ଆକଳନ ଲାଗି ଶନିବାରଠାରୁ କ୍ଷେତ୍ର ପରିଦର୍ଶନ ଆରମ୍ଭ ହେବ ବୋଲି ମନ୍ତ୍ରୀ କହିଛନ୍ତି। ସେ କହିଛନ୍ତି ଯେ, ଶନିବାରଠାରୁ କ୍ଷେତ୍ର କର୍ମଚାରୀମାନେ କ୍ଷୟକ୍ଷତି ଆକଳନ କରିବେ। ଆଗାମୀ ୭ ଦିନ ମଧ୍ୟରେ ଫସଲ ଏବଂ ଘର କ୍ଷୟକ୍ଷତି ଆକଳନ ହେବ। ଘର ଭାଙ୍ଗିଥିବା ଲୋକଙ୍କୁ ପକ୍କା ଘର ଦେବାକୁ ନିଷ୍ପତ୍ତି ନିଆଯାଇଛି। ରବିବାର ଏରିଅଲ ଭାବେ ପ୍ରାଥମିକ ଆକଳନ କରାଯିବ। ବାତ୍ୟାରେ ଭଦ୍ରକ ଏବଂ କେନ୍ଦ୍ରାପଡ଼ା ଜିଲା ବିଶେଷ ଭାବେ ପ୍ରଭାବିତ ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..