ରିପୋର୍ଟ କାର୍ଡ / ମୟୂରଭଞ୍ଜ
ବନ୍ଧୁକୁ ଘରକୁ ଡାକି ନେଇ ହାଣିଦେଲା ସାଙ୍ଗ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲ୍ଲା ଉଦଳା ଥାନା ରାଢୋ ଗାଁରେ। ମିଳିଥିବା ସୂଚନା ଅନୁଯାୟୀ ଗତକାଲି ଗାଁର ଯତିନ୍ଦ୍ର ପାତ୍ର ନାମକ ଜଣେ ବ୍ୟକ୍ତି ଘର ପାଖରେ ବସିଥିଲେ। ଏହି ସମୟରେ ତାଙ୍କର ଜଣେ ସାଙ୍ଗ ଆସି ଯତିନ୍ଦ୍ରକୁ ଡାକିଥିଲେ। ଯତିନ୍ଦ୍ର ତାଙ୍କ ସହ ଯାଇଥିବାବେଳେ ବିଲ ହିଡ ନିକଟରେ ଅଚାନକ ଯତିନ୍ଦ୍ରଙ୍କ ବେକକୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲା। ଫଳରେ ଗୁରୁତର ଅବସ୍ଥାରେ ତୁରନ୍ତ ଯତିନ୍ଦ୍ରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଘଟଣା ଘଟିବା ପରେ ଅଭିଯୁକ୍ତ ଜଣକ ଚମ୍ପଟ ମାରିଥିଲା। ଅବସ୍ଥା ସଙ୍କଟାପର୍ଣ୍ଣ ଥିବାରୁ ତାଙ୍କୁ ବାରିପଦା ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ସେପଟେ ଆକ୍ରମଣର କାରଣ ଜଣାପଡିନଥିବାବେଳେ ପୁଲିସ୍ ଘଟଣାରେ ଅଧିକ ଛାନଭିନ୍ ଜାରି ରଖିଛି।






More Stories
ଆସୁଛି ଲଘୁଚାପ…..
ସୈାମ୍ୟରଞ୍ଜନ ମୃତ୍ୟୁ ଘଟଣା;ଗିରଫ ସଂଖ୍ୟା ୧୧କୁ ବୃଦ୍ଧି….
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ…..