ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟି ହେଲା। ଏହା ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବ। ଏଥିସହ ସଂଲଗ୍ନ ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଛତିଶଗଡ଼ ଆଡ଼କୁ ୪୮ ଘଣ୍ଟା ମଧ୍ୟରେ ଗତି କରିବ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇପାରେ। ଅପରପକ୍ଷରେ ପୂର୍ବ ସୂଚନା ଅନୁଯାୟୀ, ୧୨ ତାରିଖ ଶୁକ୍ରବାରଠାରୁ ରାଜ୍ୟରେ ବର୍ଷା ପରିମାଣ ହ୍ରାସ ପାଇବ ବୋଲି କୁହାଯାଇଥିଲା। ଏପରିକି ୧୩ ତାରିଖଠାରୁ ନୂଆପଡ଼ା ଓ ନବରଙ୍ଗପୁର ଜିଲା ବ୍ୟତୀତ ବାକି ସବୁଠି ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ସୂଚନା ଥିଲା।






More Stories
ଆସିଲା ସୁଭଦ୍ରା ଟଙ୍କା…..
ଶ୍ରୀମନ୍ଦିରକୁ ବୋମା ଧମକ ଦେଇଥିବା ଅଭିଯୁକ୍ତ ଗିରଫ…..
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..