ରିପୋର୍ଟ କାର୍ଡ / ଗଞ୍ଜାମ
ଦୁର୍ଦ୍ଦାନ୍ତ ଅପରାଧୀ ରବି ଦାସଙ୍କୁ ବିଭତ୍ସ ଭାବେ ହତ୍ୟା କରାଯାଇଛି। ଧାରୁଆ ଅସ୍ତ୍ରରେ ରବିଙ୍କୁ ହାଣି ହତ୍ୟା କରାଯାଇଥିବା ଜଣାପଡ଼ିଛି। ହରିପୁର ଗାଁ ରାସ୍ତାରେ ରକ୍ତାକ୍ତ ଅବସ୍ଥାରେ ରବି ଦାସଙ୍କ ମୃତଦେହ ପଡ଼ିଛି। ଜେଲ ଫେରନ୍ତା ବବି ଦାସଙ୍କୁ ହାଣି ରାସ୍ତାରେ ଫିଙ୍ଗି ଦେଇଥିବା ସୂଚନା ମିଳିଛି। ଖଲିକୋଟ ଥାନା ହରିପୁର ଗାଁରେ ଏହି ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ଗାଁର କିଛି ଯୁବକଙ୍କ ସଂଘବଦ୍ଧ ଆକ୍ରମଣରେ ରବି ଦାସଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକ ୩ ମାସ ତଳେ ଜେଲରୁ ଫେରିଥିଲେ। ପୂର୍ବ ଶତ୍ରୁତାର ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ରବିଙ୍କ ନାଁରେ ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଥିଲା। ଖବର ପାଇ ଖଲିକୋଟ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।






More Stories
ଆସିଲା ସୁଭଦ୍ରା ଟଙ୍କା…..
ଶ୍ରୀମନ୍ଦିରକୁ ବୋମା ଧମକ ଦେଇଥିବା ଅଭିଯୁକ୍ତ ଗିରଫ…..
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..