ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଅପରେସନ ‘ସିନ୍ଦୂର’କୁ ଭାରତ ସ୍ଥଗିତ ରଖିଥିବାବେଳେ ଜାମ୍ମୁ-କାଶ୍ମୀରରେ ଆତଙ୍କବାଦୀମାନେ ପୁନର୍ବାର ସକ୍ରିୟ ହୋଇଥିବା ଜଣାପଡ଼ିଛି। ମଙ୍ଗଳବାର କାଳେ ଶ୍ରୀନଗର ସହରର ହରଓ୍ବାନ ଅଞ୍ଚଳରେ ଯବାନଙ୍କ ସହିତ ଆତଙ୍କବାଦୀଙ୍କ ଗୁଳିବିନିମୟ ଘଟିଛି। ଏଥିରେ ଜଣେ ଆତଙ୍କୀ ନିହତ ହୋଇଥିବା ଜଣାପଡ଼ିଛି। ହରଓ୍ବାନ ଅଞ୍ଚଳରେ କିଛି ଆତଙ୍କୀ ଲୁଚି ରହିଥିବା ନେଇ ସେନାକୁ ସୂଚନା ମିଳିଥିଲା। ଏହା ପରେ ଉକ୍ତ ଅଞ୍ଚଳକୁ ସେନା ପକ୍ଷରୁ ସୋମବାର ରାତିରେ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେସନ କରାଯାଇଥିଲା। ଏହି ସମୟରେ ଆତଙ୍କବାଦୀମାନେ ଯବାନଙ୍କ ଉପରକୁ ଗୁଳି ଚଳାଇଥିଲେ। ଯବାନମାନେ ଏହାର ଜବାବ ଦେଇଥିଲେ।






More Stories
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..