ରିପୋର୍ଟ କାର୍ଡ / ଖୋର୍ଦ୍ଧା
ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ନିକଟ ଭୁଇଁପୁର ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଅଟୋ-ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୨ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୪ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ବାଇକ୍ ଆରୋହୀ ହୋଇଥିବାବେଳେ ଅନ୍ୟ ଜଣେ ମହିଳା ଶ୍ରମିକ ହୋଇଥିବା ଜଣାଯାଇଛି। ତାଙ୍କ ନାଁ ଧନୀ ନାୟକ। ହେଲେ ବାଇକ୍ ଆରୋହୀଙ୍କ ପରିଚୟ ମିଳିନାହିଁ। ଆହତ ଶ୍ରମିକଙ୍କୁ ଉଦ୍ଧାର କରାଯାଇ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଆଜି ସକାଳେ ଚଟୁଆ ଗାଁର କିଛି ଶ୍ରମିକ ଏକ ଅଟୋରେ କାମ କରିବା ପାଇଁ ବେଗୁନିଆ ଯାଉଥିଲେ। ଏହି ସମୟରେ ଭୁଇଁପୁର ଛକରେ ବିପରୀତ ଦିଗରୁ ଏକ ମଟର ସାଇକେଲ ଦ୍ରୁତଗତିରେ ଆସି ଏକ ଅଟୋକୁ ସାମ୍ନା ପଟୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ବାଇକ ଅରୋହୀଙ୍କ ସମେତ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ୪ଜଣ ଗୁରୁତର ଆହତ ହୋଇଥିଲେ। ପୋଲିସ ପହଞ୍ଚି ଆମ୍ବୁଲାନ୍ସ ଯୋଗେ ଆହତ ଶ୍ରମିକଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରି,ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।






More Stories
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..
ସମ୍ବଲପୁର ତହସିଲ ଦୁଇ ଭାଗ…..
ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ…..