ରିପୋର୍ଟ କାର୍ଡ / ଭୁବନେଶ୍ୱର
ବାଟବରଣ ଚାଲିଥିଲା ବେଳେ ମାଡ଼ିଗଲା ସ୍କର୍ପିଓ | ଏହି ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଊର୍ଦ୍ଧ୍ୱ ଗୁରୁତର ଆହତ ହୋଇଛନ୍ତି। ବାଟବରଣ ବେଳେ କନିଆ ଯାତ୍ରୀଙ୍କ ଉପରେ ସ୍କର୍ପିଓ ମାଡ଼ିଗଲା। ଏପରି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ମାଣ୍ଡିଆପଲ୍ଲୀ ଗାଁରେ| ଦୁର୍ଘଟଣାରେ ୧୫ ଜଣ ଗୁରୁତର ହୋଇଥିବା ବେଳେ ତୁରନ୍ତ ସେମାନଙ୍କୁ ଏମକେସିଜି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ଲାଞ୍ଜିପଲ୍ଲୀ ଅଞ୍ଚଳର ବୋଲି ଜଣାପଡିଛି । ଅବସ୍ଥା ସଙ୍କଟାପନ୍ନ ହେବାରୁ ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଏହି ଦୁର୍ଘଟଣାରୁ ବରକନ୍ୟା ଅଳ୍ପକେ ବର୍ତ୍ତି ଯାଇଛନ୍ତି।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..