Report Card Odisha

| Daily Odia News

ବସ୍‌-ଟ୍ରକ ମୁହାଁମୁହିଁ ଧକ୍କା,ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ…..

ରିପୋର୍ଟ କାର୍ଡ / କେନ୍ଦୁଝର

ବସ୍‌-ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି |ଦୁର୍ଘଟଣାରେ ୨ଜଣ ଗୁରୁତର ହୋଇଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି ୪୦ରୁ ଅଧିକ ଯାତ୍ରୀ । କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥ ନିହୁଁଆଁ ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା । ତେବେ ବୁଧବାର ସକାଳ ସମୟରେ ଏହି ଦୁର୍ଘଟଣାଟି ଘଟିଥିବା ବେଳେ ଗୁରୁତରଙ୍କୁ ପ୍ରଥମେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ପ୍ରାଥମିକ ଚିକିତ୍ସା ପରେ କେନ୍ଦୁଝର ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ସେପଟେ ଦୁର୍ଘଟଣାଗ୍ରସ୍ତ ୨ଟି ଗାଡ଼ିକୁ ପୋଲିସ ଜବତ କରି ତଦନ୍ତ ଆରମ୍ଭ କରିଛି । ରାଜପଥ ଉପରେ ଏହି ଦୁର୍ଘଟଣା ଘଟିଥିବାରୁ ଉଭୟ ପାର୍ଶ୍ୱରେ ଅନେକ ଗାଡ଼ି ଅଟକି ରହିଛି ।

 

Breaking News