ରିପୋର୍ଟ କାର୍ଡ / କେନ୍ଦୁଝର
ବସ୍-ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି |ଦୁର୍ଘଟଣାରେ ୨ଜଣ ଗୁରୁତର ହୋଇଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି ୪୦ରୁ ଅଧିକ ଯାତ୍ରୀ । କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥ ନିହୁଁଆଁ ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା । ତେବେ ବୁଧବାର ସକାଳ ସମୟରେ ଏହି ଦୁର୍ଘଟଣାଟି ଘଟିଥିବା ବେଳେ ଗୁରୁତରଙ୍କୁ ପ୍ରଥମେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ପ୍ରାଥମିକ ଚିକିତ୍ସା ପରେ କେନ୍ଦୁଝର ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ସେପଟେ ଦୁର୍ଘଟଣାଗ୍ରସ୍ତ ୨ଟି ଗାଡ଼ିକୁ ପୋଲିସ ଜବତ କରି ତଦନ୍ତ ଆରମ୍ଭ କରିଛି । ରାଜପଥ ଉପରେ ଏହି ଦୁର୍ଘଟଣା ଘଟିଥିବାରୁ ଉଭୟ ପାର୍ଶ୍ୱରେ ଅନେକ ଗାଡ଼ି ଅଟକି ରହିଛି ।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..