ରିପୋର୍ଟ କାର୍ଡ / ସମ୍ବଲପୁର
ସମ୍ବଲପୁର ଜିଲ୍ଲା ଜୁଜୁମୁରା ଥାନା ଅନ୍ତର୍ଗତ ଫୁଲଝରଣ ନିକଟରେ ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ଓଲଟି ପଡିଛି | ଫଳରେ ୩୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆଜି ସକାଳେ ‘ଡେଜି’ ନାମକ ଯାତ୍ରୀବାହୀ ବସ୍ଟି ଅନୁଗୋଳ ଜିଲ୍ଲାର କିଶୋରନଗରରୁ ସୁନ୍ଦରଗଡ଼ ଯାଉଥିଲା। ଫୁଲଝରଣ ନିକଟରେ ବସ୍ଟି ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିଥିଲା। ଫଳରେ ସମସ୍ତ ଯାତ୍ରୀ ଆହତ ହୋଇଥିଲେ। ପୋଲିସ ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସାପରେ ଯାତ୍ରୀମାନଙ୍କୁ ଅନ୍ୟ ଏକ ବସ୍ରେ ସେମାନଙ୍କ ଗନ୍ତବ୍ୟସ୍ଥଳକୁ ପଠାଯାଇଥିଲା । ଅନ୍ୟପକ୍ଷରେ ଦୁର୍ଘଟଣା ପରେ ବସ୍ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଦୁର୍ଘଟଣାରେ ବସ୍ର ସମ୍ମୁଖ ଅଂଶଟି ନଷ୍ଟ ହୋଇଯାଇଛି। ପୋଲିସ ବସ୍ଟିକୁ ଜବତ କରି ଘଟଣାର ତଦନ୍ତ କରୁଛି।






More Stories
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..
କଟକରେ ଗାଡି ଜଳିବା ଘଟଣା :ନିଆଁ ଲଗାଇଥିଲେ ମହିଳା…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..