ରିପୋର୍ଟ କାର୍ଡ / ନାରାୟଣଗର
ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡିଛି ଯାତ୍ରୀବାହୀ ବସ୍। ଦୁର୍ଘଟଣାରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ପଶ୍ଚିମବଙ୍ଗ ନାରାୟଣଗର ଜାତୀୟ ରାଜପଥର ୧୬ ନମ୍ବର ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତଙ୍କ ମଧ୍ୟରେ ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆଜି ସକାଳେ ଯାତ୍ରୀବାହୀ ବସ୍ଟି ୫୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱରରୁ କୋଲକାତା ଅଭିମୁଖେ ଯାଉଥିଲା। ପଶ୍ଚିମବଙ୍ଗ ନାରାୟଣଗରର ଜାତୀୟ ରାଜପଥର ୧୬ ନମ୍ବର ନିକଟରେ ବସ୍ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ପ୍ରଥମେ ମକ୍ରମପୁର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ମେଦିନପୁରକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାରେ ୨ ଜଣ ଯାତ୍ରୀଙ୍କର ଗୋଡ଼ କଟିଯାଇଛି। ପୋଲିସ ଘଟଣାର ତଦନ୍ତ କରୁଥିବା ଜଣାପଡିଛି |






More Stories
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….
ଅଟକ ନେତାଙ୍କୁ ଛାଡ଼ିବାକୁ ୱାଙ୍ଗଚୁକଙ୍କ ଚେତାବନୀ….
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..