ରିପୋର୍ଟ କାର୍ଡ / କଟକ
ଏସିଏଫ୍ ସୌମ୍ୟରଂଜନ ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀଙ୍କୁ ସାମୟିକ ଆଶ୍ୱସ୍ତି ମିଳିଛି। ଗିରଫ ପାଇଁ ତଳକୋର୍ଟରେ ଜାରି ଜାମିନ ବିହୀନ ଗିରଫ ପରୱାନା ଉପରେ ରୋକ୍ ଲଗାଇଛନ୍ତି ହାଇକୋର୍ଟ । କଠୋର କାର୍ଯ୍ୟାନୁଷ୍ଠାନ ନନେବାକୁ ବି ନିର୍ଦେଶ ଦେଇଛନ୍ତି ହାଇକୋର୍ଟ। ଆସନ୍ତା ଜୁଲାଇ ୨୭ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣ ହେବ। ସୂଚନାଯୋଗ୍ୟ, ପାରଳାଖେମୁଣ୍ଡି ଏସଡିଜେଏମଙ୍କୁ ଚ୍ୟାଲେଞ୍ଜ କରି ବିଦ୍ୟାଭରତୀ ହାଇକୋର୍ଟ ଆସିଥିଲେ। ପୂର୍ଵରୁ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କୁ ମଧ୍ୟ ଆଶ୍ୱସ୍ତି ମିଳିଥିଲା। ବିଦ୍ୟାଭରତୀ, ସଂଗ୍ରାମ କେଶରୀ ବେହେରା ଓ ପତ୍ନୀ ମନ୍ମଥ କୁମ୍ଭଙ୍କ ବିରୋଧରେ ଏନବିଡବ୍ଲ୍ୟୁ ଜାରି କରିଛନ୍ତି ପାରଳାଖେମୁଣ୍ଡି ଏସଡିଜେମ କୋର୍ଟ। ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ପତ୍ତା ପାଉନଥିଲା ପୋଲିସ ।






More Stories
ନବୀନଙ୍କୁ ଟାର୍ଗେଟ୍ କଲେ ମନମୋହନ…..
ପ୍ରମିଳାଙ୍କ ବାସଭବନରେ ନେତାଙ୍କ ମେଳି…..
୧୦ ପର୍ଯ୍ୟନ୍ତ କାଳବୈଶାଖୀ…..