Report Card Odisha

| Daily Odia News

ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା:ପତ୍ନୀ, ଡିଏଫଓ ଓ ରୋଷେୟାଙ୍କୁ ସମନ…..

ରିପୋର୍ଟ କାର୍ଡ / ପାରଳାଖେମୁଣ୍ଡି

ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭରତୀ ପଣ୍ଡା, ଡିଏଫଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କ ବିରୋଧରେ ହତ୍ୟା ଏବଂ ଅପରାଧିକ ଷଡ଼ଯନ୍ତ୍ର ରଚିବା ଦଫାରେ ବିଚାର ହେବ। ସୌମ୍ୟଙ୍କ ବାପା ଅଭିରାମ ମହାପାତ୍ରଙ୍କ ଆବେଦନକୁ ଗ୍ରହଣ କରି ପାରଳାଖେମୁଣ୍ଡି ଏସଡିଜେଏମ ଏହି ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ ଅଭିଯୁକ୍ତଙ୍କୁ ଆସନ୍ତା ୨୭ ତାରିଖରେ ହାଜର ହେବାକୁ ସମନ କରାଯାଇଛି। ଆବେଦନକାରୀଙ୍କ ଆବେଦନ, ରେକର୍ଡ କରାଯାଇଥିବା ବୟାନ ଏବଂ ଅନ୍ୟାନ୍ୟ ଦଲିଲ ଦସ୍ତାବିଜକୁ ତର୍ଜମା କରି କୋର୍ଟ କହିଛନ୍ତି ଯେ ହତ୍ୟା ଏବଂ ଅପରାଧିକ ଷଡ଼ଯନ୍ତ୍ର ରଚିବା ଅଭିଯୋଗ ବିଚାରଯୋଗ୍ୟ । ତଥ୍ୟ ରହିଛି ତେଣୁ ଏହି ଆଧାରରେ ସମସ୍ତ ଅଭିଯୁକ୍ତଙ୍କୁ ହାଜର ପାଇଁ ସମନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ତେବେ ନିଆଁରେ ପୋଡ଼ି ହୋଇ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବା ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କର ଡାକ୍ତରଖାନାରେ ମୃତ୍ୟୁ ହୋଇଥିଲା।

Breaking News