ରିପୋର୍ଟ କାର୍ଡ / ବଲାଙ୍ଗୀର
ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ମନୋଜ ମିଶ୍ର କଂଗ୍ରେସରେ ଯୋଗ ଦେଇଛନ୍ତି। ଆଜି ପିସିସି ସଭାପତି ଶରତ ପଟ୍ଟନାୟକ ଓ କଂଗ୍ରେସ ପ୍ରଭାରୀ ଡ ଅଜୟ କୁମାରଙ୍କ ଉପସ୍ଥିତିରେ ସେ କଂଗ୍ରେସ ଭବନରେ ହାତ ଧରିଛନ୍ତି। କଂଗ୍ରେସର ଟାଣୁଆ ନେତା ନରସିଂହ ମିଶ୍ରଙ୍କ ଉପସ୍ଥିତ ରହିଥିଲେ। କଂଗ୍ରେସରେ ଯୋଗଦେବା ପରେ ମନୋଜ କହିଛନ୍ତି, ନେତା ହେବାକୁ ନୁହେଁ। ବରଂ ଲୋକଙ୍କ ସେବା କରିବାକୁ ମୁଁ ଆସିଛି। ପଶ୍ଚିମ ଓଡ଼ିଶାରେ ଏବେ ଅନେକ ସମସ୍ୟା ରହିଛି। ସରକାର ଏହା ପ୍ରତି ଦୃଷ୍ଟି ଦେଉନାହାନ୍ତି। ତେଣୁ ଲୋକଙ୍କ ସ୍ୱର ଉଠାଇବାକୁ ମୁଁ କଂଗ୍ରେସରେ ସାମିଲ ହୋଇଛି। ଓଡ଼ିଆ ସିନେମା ପାଇଁ ମୁହଁ ଖୋଲିଲି ବୋଲି ଏବେ ଓଡ଼ିଆ ସିନେମାରେ କିଛି ପରିବର୍ତ୍ତନ ଆସିଛି। ନିର୍ବାଚନ ଲଢିବି କି ନାହିଁ ତାହା ପରବର୍ତ୍ତୀ ସମୟରେ ଦଳ ନିଷ୍ପତ୍ତି ନେବ। ପୂର୍ବରୁ ଓଲିଉଡକୁ ନେଇ ଦେଖାଦେଇଥିବା ବିବାଦରେ ମନୋଜ ମିଶ୍ରଙ୍କ ସମର୍ଥନରେ ବାହାରିଥିଲେ ନରସିଂହ ମିଶ୍ର ।






More Stories
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..
ସମ୍ବଲପୁର ତହସିଲ ଦୁଇ ଭାଗ…..
ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ…..