ରିପୋର୍ଟ କାର୍ଡ / କଟକ
ବର୍ଷା ପ୍ରିୟଦର୍ଶିନୀଙ୍କୁ ଗିରଫ କରିପାରେ ଦିଲ୍ଲୀ ପୋଲିସ । ସାଂସଦ ଅନୁଭବଙ୍କ କର୍ମଚାରୀଙ୍କୁ ଜାତିସୂଚକ ଗାଳି ସହ ଦୁର୍ବ୍ୟବହାର କରିଥିବା ଅଭିଯୋଗରେ ଦିଲ୍ଲୀ ପୋଲିସର ସମନ ହୋଇଛି। ବର୍ଷାଙ୍କ ସହ ତାଙ୍କ ଝିଆରୀ ଓ ମାଆଙ୍କୁ ବି ସମନ ହୋଇଥିବା ଚର୍ଚ୍ଚା । ଖବର ଅନୁଯାୟୀ, ୨୦୧୯ ଜୁଲାଇ ୯ ତାରିଖର ମାମଲା ୨୦୨୨ ଜୁଲାଇରେ ଦିଲ୍ଲୀ ପୋଲିସ ପଞ୍ଜିକୃତ କରିବା ପରେ ଏବେ ବର୍ଷାଙ୍କ ଅଡୁଆ ବଢିଛି । ବଡକଥା ହେଉଛି ଗତ ୨୫ ତାରିଖରେ ଦିଲ୍ଲୀ ପୋଲିସର ଏକ ଟିମ ବର୍ଷାଙ୍କୁ ଖୋଜି କଟକରେ ପହଂଚିଥିଲା। ପୁରୀ ଘାଟ ଥାନା ପୋଲିସ ସହଯୋଗ କରିନଥିଲା । ପରେ ବହୁତ ସମୟ ପରେ ବର୍ଷା ଓ ତାଙ୍କ ବଡ଼ ଭଉଣୀ ଥାନାକୁ ଆସି ସମନ ଗ୍ରହଣ କରିଥିବା ଜଣାପଡିଛି ।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..