Report Card Odisha

| Daily Odia News

ଆଜି ଆଡପ ମଣ୍ତପକୁ ବିଜେ କରିବେ ଚତୁର୍ଦ୍ଧାମୂରତି, କଟକଣା ଲାଗୁ….

ରିପୋର୍ଟ କାର୍ଡ / ପୁରୀ

ଆଜି ଆଡପ ମଣ୍ତପକୁ ବିଜେ କରିବେ ଚତୁର୍ଦ୍ଧାମୂରତି । ଗୋଟି ପହଣ୍ଡି କରି ଜନ୍ମବେଦୀକୁ ଯିବେ ଚତୁର୍ଦ୍ଧାମୂର୍ତ୍ତି । ପ୍ରଥମେ ରାମକୃଷ୍ଣ ଓ ମଦନମୋହନଙ୍କ ଗୋଟି ପହଣ୍ଡି ଆରମ୍ଭ ହେବ ପରେ ୩ ଠାକୁର ପହଣ୍ଡି କରି ଆଡ଼ପ ମଣ୍ଡପକୁ ଯିବେ । ଆଡ଼ପ ମଣ୍ଡପରୁ ଆଜିଠୁ ଦର୍ଶନ ଦେବେ ଭଗବାନ । ହେଲେ କରୋନା କଟକଣା ପାଇଁ ଚଳିତ ଥର ଗୁଣ୍ଡିଚା ମନ୍ଦିର ଯାଇ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ ନାହିଁ । ହେଲେ ଭକ୍ତଙ୍କୁ କିନ୍ତୁ ଆଡ଼ପ ଅବଢ଼ା ମିଳିବ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଛି । ଏହି ସମୟ ମଧ୍ୟରେ ଉକ୍ତ ଅଞ୍ଚଳରେ ସମସ୍ତ ଦୋକାନ ବଜାର, ଔଷଧ ଦୋକାନ, ବାଣିଜ୍ୟିକ ପ୍ରତିଷ୍ଠାନ, କାର୍ଯ୍ୟେଳୟ ବନ୍ଦ ରହିବ । ସାଧାରଣ ଲୋକଙ୍କ ଚଳପ୍ରଚଳ ଉପରେ କଟକଣା ଜାରି କରାଯାଇଛି । କେବଳ ସ୍ୱୀକୃତିପ୍ରାପ୍ତ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ବହନ କରିଥିବା ଗାଡିକୁ ଛାଡିଦେଲେ ଅନ୍ୟଗାଡି ଗୁଡିକ ଯିବା ଆସିବା ଉପରେ ମଧ୍ୟ କଟକଣା ବଳବତ୍ତର ରହିବ । ରାତି ୮ଟା ପର୍ଯ୍ୟନ୍ତ ଜାରି ଥିବା ୧୪୪ ଧାରାକୁ ଉଚ୍ଛେଦ କରାଯାଇଛି । କିନ୍ତୁ କୁମ୍ଭାରପଡା ସାହିର ମିଶ୍ର ଲେନ ଦେଇ ବଡଶଙ୍ଖରୁ ବାନାମ୍ବର ଛକ, ପୁରୁଣା ନବକଳେବର ରୋଡ ଦେଇ ବାନାମ୍ବର ଛକ ଠାରୁ ମାଟିଆପଡା ଛକ, ମାଟିଆପଡା ଛକ ଠାରୁ ଆଶୁତୋଷ ମଠ ଛକ, ଆଶୁତୋଷ ମଠ ଛକ ଠାରୁ ନୀଳକଣ୍ଠ ମନ୍ଦିର ଛକ, ନୀଳକଣ୍ଠ ମନ୍ଦିର ଛକ ଠାରୁ ବଡଶଙ୍ଖ ପର୍ଯ୍ୟନ୍ତ ଏହି କଟକଣା ଆସନ୍ତାକାଲି ସକାଳ ୬ ଟା ପର୍ଯ୍ୟନ୍ତ ବଳବତ୍ତର ରହିବ ।

Breaking News