ରିପୋର୍ଟ କାର୍ଡ / ପୁରୀ
ଜନ୍ମବେଦୀରେ ଚତୁର୍ଦ୍ଧାମୂରତିଙ୍କୁ ଦର୍ଶନ କରୁଛନ୍ତି ଭକ୍ତ। ଆଡ଼ପ ଦର୍ଶନ ସହ ଆଜିଠୁ ଭକ୍ତଙ୍କୁ ମିଳିବ ଆଡ଼ପ ଅବଢ଼ା। କୁହାଯାଏ ଏଇ ଆଡ଼ପ ଅବଢ଼ାରୁ କାଣିଚିଏ ପ୍ରାପ୍ତି ହେଲେ କୋଟି ଜନ୍ମର ପୂଣ୍ୟଫଳ ମିଳିଥାଏ। ଆଜିଠୁ ୫ ଦିନ ଯାଏଁ ଆଡ଼ପ ଅବଢ଼ା ମିଳିବ। ଏଥିପାଇଁ ଭକ୍ତଙ୍କ ସୁରକ୍ଷା ନିମନ୍ତେ ଶ୍ରୀଗୁଣ୍ଡିଚା ମନ୍ଦିରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଶ୍ରୀଗୁଣ୍ଡିଚା ମନ୍ଦିରରେ ଭକ୍ତମାନେ ଯେପରି ଶୃଙ୍ଖଳିତ ଭାବେ ଆସି ମହାପ୍ରଭୁଙ୍କ ଦର୍ଶନ ଠିକ୍ ଭାବେ ପାଇବେ ଓ ଅବଢ଼ା ଖାଇ ସ୍ୱଗୃହକୁ ଫେରିପାରିବେ ସେଥିନିମନ୍ତେ ବ୍ୟବସ୍ଥା କରାଯାଇଛି। ଗତରାତିରେ ରଥ ଉପରୁ ଗୋଟି ପହଣ୍ଡିରେ ଯାଇ ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ବିଜେ କରିଥିଲେ ଶ୍ରୀଜିଉ। ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ବଡ ଭାଇ ବଳଭଦ୍ର, ତାପରେ ଭଉଣୀ ସୁଭଦ୍ରା ଏବଂ ଶେଷରେ ଜନ୍ମବେଦୀକୁ ବିଜେ କରିଥିଲେ ମହାପ୍ରଭୁ ଜଗନ୍ନାଥ।






More Stories
ପୁରୀ ଆସିଲେ ଶାନ୍ତି ମିଳେ……
ଓଲଟିଲା ଟୁରିଷ୍ଟ ବସ୍, ୫ ମୃତ…..
ଭୁବନେଶ୍ୱରରେ ଭାରତୀୟ ସ୍ଥଳସେନା ମୁଖ୍ୟ…..