ରିପୋର୍ଟ କାର୍ଡ / ପୁରୀ
ଆଜି ଜନ୍ମବେଦୀକୁ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି । ଗତକାଲି ଶରଧା ବାଲିରେ ପହଞ୍ଚିଥିବା ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବାକୁ ଶ୍ରଦ୍ଧାଳୁଙ୍କ ସୁଅ ଛୁଟୁଛି । ଆଜି ଆଡ଼ପ ମଣ୍ଡପ ବିଜେ କରିବେ ଶ୍ରୀଜୀଉ । ଗତକାଲି ସନ୍ଧ୍ୟା ପୂର୍ବରୁ ଗୁଣ୍ଡିଚା ମନ୍ଦିର ସାମ୍ନା ଶରଧାବାଲିରେ ଲାଗିଥିଲା ତିନି ରଥ । ରଥ ଉପରେ ବିରାଜମାନ ଅଛନ୍ତି ଶ୍ରୀଜିଉ । ସେହି ରଥ ଉପରେ ହିଁ ଠାକୁରମାନଙ୍କ ଦୈନ୍ୟଦିନ ନୀତିକାନ୍ତି ଓ ଭୋଗ ଲାଗି ହେଉଛି । ରଥ ଉପରେ ସନ୍ଧ୍ୟା ଧୂପ ସରିବା ପରେ ଶ୍ରୀଜିଉମାନଙ୍କୁ ଗୋଟି ପହଣ୍ଡିରେ ଗୁଣ୍ଡିଚା ମନ୍ଦିରକୁ ନିଆଯିବ । ଆସନ୍ତା କାଲିଠୁ ମିଳିବ ଆଡ଼ପ ଅବଢ଼ା । ତାସହ ଜନ୍ମବେଦୀରେ ଠାକୁରଙ୍କ ଦର୍ଶନ କରିବାକୁ ଭକ୍ତଙ୍କୁ ସୁଯୋଗ ମିଳିବ । ଗତକାଲି ରଥ ଟାଣିବାର ସୁଯୋଗ ପାଇନଥିବା ଭକ୍ତମାନେ ଆଜି ରଥାରୁଢ଼ ଶ୍ରୀଜିଉଙ୍କ ଦର୍ଶନ କରୁଛନ୍ତି । ଶ୍ରୀଜିଉମାନେ ରଥାରୁଢ଼ ଥିବାରୁ ଶ୍ରଦ୍ଧାଳୁଙ୍କୁ ରଥ ଛୁଇଁବାକୁ ଅନୁମତି ଦିଆଯାଉନାହିଁ । ଦୀର୍ଘ ଦୁଇ ବର୍ଷ ପରେ ପ୍ରତ୍ୟକ୍ଷ ଭାବେ ଭକ୍ତମାନେ ରଥଯାତ୍ରାରେ ସାମିଲ ହେବାର ସୁଯୋଗ ପାଇ ବେଶ୍ ଖୁସି ଅଛନ୍ତି।






More Stories
ଆସିଲା ସୁଭଦ୍ରା ଟଙ୍କା…..
ଶ୍ରୀମନ୍ଦିରକୁ ବୋମା ଧମକ ଦେଇଥିବା ଅଭିଯୁକ୍ତ ଗିରଫ…..
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..