ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭାରେ ନଭେମ୍ବର ୨୭ରୁ ଆରମ୍ଭ ହେବାକୁ ଥିବା ଅତିରିକ୍ତ ବଜେଟ ଅଧିବେଶନର ଅବ୍ୟବହିତ ପୂର୍ବରୁ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଲୋକସେବାଭବନର ତୃତୀୟ ମହଲାରେ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକରେ ୧୦ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଅତିରିକ୍ତ ବଜେଟକୁ ଅନୁମୋଦନ ମିଳିଥିବା ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି। ବିଧାନସଭାର ଶୀତ ଅଧିବେଶନ ନଭେମ୍ବର ୨୭ରୁ ଆରମ୍ଭ ହେବ। ପ୍ରଥମଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅଭିଭାଷଣ ରଖିବେ। ୨୮ରେ ମୁଖ୍ୟମନ୍ତ୍ରୀ ଗୃହରେ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ। ତେବେ ୨୦୨୪-୨୫ ବର୍ଷ ପାଇଁ ରାଜ୍ୟ ସରକାର ୧୨,୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ ଆଣିଥିଲେ। ସେଥିରେ ସରକାରୀ କାର୍ଯ୍ୟକ୍ରମ ବାବଦରେ ୧୦,୧୫୫ କୋଟି ଟଙ୍କା ରହିଥିବାବେଳେ ପ୍ରଶାସନିକ ବ୍ୟୟ ବାବଦରେ ୧୬୮୫ କୋଟି ଏବଂ ଅବଶିଷ୍ଟ ଟଙ୍କା ଅନ୍ୟାନ୍ୟ ବାବଦରେ ଖର୍ଚ୍ଚ ଅଟକଳ ରହିଥିଲା।






More Stories
ବରିଷ୍ଠ ଓଏଏସ୍ ଅଧିକାରୀଙ୍କ ସ୍ତରରେ ଅଦଳବଦଳ…..
ଅଧିକ ପାର୍କିଂ ବଢାଇବ ବିଏମସି….
ସର୍ବଦଳୀୟ ବୈଠକ ଶେଷ…..