ରିପୋର୍ଟ କାର୍ଡ / ପୁରୀ
ଶେଷ ହୋଇଛି ଶ୍ରୀଜିଉଙ୍କ ଦୁର୍ଲ୍ଲଭ ସୁନାବେଶ । ଆଜି ରଥ ଉପରେ ଅନୁଷ୍ଠିତ ହେବ ଅଧରପଣା ନୀତି। ମଧ୍ୟାହ୍ନ ଧୂପ ଶେଷ ହେବାପରେ ଓ ସନ୍ଧ୍ୟା ଆଳତି ପୂର୍ବରୁ ଏହି ନୀତି ଅନୁଷ୍ଠିତ ହୋଇଥାଏ । ପ୍ରତି ରଥରେ ଶ୍ରୀଜୀଉମାନଙ୍କ ଅଧର ଉଚ୍ଚର ହାଣ୍ଡିରେ ପଣା ପ୍ରସ୍ତୁତ ହୁଏ। ସିଂହଦ୍ୱାର ସମ୍ମୁଖ ଛାଉଣୀ ମଠ କୂଅ ପାଣିରେ ପଣା ପ୍ରସ୍ତୁତ ହେବ । ପଣା ପ୍ରସ୍ତୁତିରେ ସର, କଦଳୀ, ଛେନା, ଗୋଲମରିଚ, ଗୁଣ୍ଡ କର୍ପୁର, ଜାଇଫଳ ଆଦି ସାମଗ୍ରୀ ବ୍ୟବହୃତ ହୋଇଥାଏ । ପ୍ରତି ରଥରେ ୩ଟି ଲେଖାଏଁ ମାଟି ହାଣ୍ଡିରେ ଅଧର ପଣା ଭୋଗ କରାଯାଇଥାଏ । ଏହି ୯ ହାଣ୍ଡି ପଣାକୁ ପୂଜାପଣ୍ଡା ସେବକମାନେ ପଞ୍ଚୋପଚାର ପଦ୍ଧତିରେ ଶ୍ରୀବିଗ୍ରହମାନଙ୍କୁ ଅର୍ପଣ କରିଥାନ୍ତି। ଭୋଗ ହେବା ପରେ ପଣା ଥିବା ହାଣ୍ଡିଗୁଡ଼ିକୁ ରଥ ଉପରେ ଭାଙ୍ଗି ଦିଆଯାଏ । ରଥଗୁଡ଼ିକରେ ଥିବା ପାର୍ଶ୍ଵ ଦେବଦେବୀ, ଚଣ୍ଡିଚାମୁଣ୍ଡା ତଥା ଅଶରୀରୀମାନଙ୍କ ଉଦ୍ଧାର ନିମନ୍ତେ ପଣା ହାଣ୍ଡି ସବୁକୁ ଭୋଗ ହେବା ପରେ ଭାଙ୍ଗି ଦିଆଯିବାର ବିଧି ରହିଛି। ପଣା ହାଣ୍ଡି ଭାଙ୍ଗିଲେ ପଣା ସବୁ ରଥ ତଳକୁ ବୋହିଯାଏ। ତାହାକୁ ଅନ୍ୟ ଦେବାଦେବୀ, ଭୂତପ୍ରେତ ପାଇଥାନ୍ତି ବୋଲି କୁହାଯାଏ ।






More Stories
ପ୍ରେମ ସମ୍ପର୍କ ମଧୁର ରହିବ……
ଭଲ ଖବର ମିଳିବ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….