ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ଉପ-ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ପୂର୍ବ ଅପେକ୍ଷା ବର୍ତ୍ତମାନ ଭଲ ଅଛି। ସ୍ୱାସ୍ଥ୍ୟରେ ଉନ୍ନତି ପରେ ତାଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି। ଗତ ଡିସେମ୍ବର ୧୨ ତାରିଖରେ ତାଙ୍କୁ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଇନ୍ଦ୍ରପ୍ରସ୍ଥ ଆପୋଲୋ ହସ୍ପିଟାଲର ଆଇସିୟୁରେ ନ୍ୟୁରୋଲୋଜିଷ୍ଟ ଡାକ୍ତର ଭିନିତ ସୁରୀଙ୍କ ତତ୍ତ୍ୱାବଧାନରେ ଆଡଭାନୀଙ୍କର ଚିକିତ୍ସା ଚାଲିଥିଲା। ୧୪ ଦିନର ଚିକିତ୍ସା ପରେ ତାଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ପରେ ତାଙ୍କୁ ଡିସଚାର୍ଜ କରାଯାଇଛି। ବିଭିନ୍ନ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଆଡଭାନୀଙ୍କୁ ଚଳିତ ବର୍ଷ ଅଗଷ୍ଟ ମାସରେ ମଧ୍ୟ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେତେବେଳେ ମଧ୍ୟ ସେ ନ୍ୟୁରୋଲୋଜିଷ୍ଟ ଡାକ୍ତର ଭିନିତ ସୁରୀଙ୍କ ତତ୍ତ୍ୱାବଧାନରେ ଥିଲେ। ତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆସିବା ପରେ ତାଙ୍କୁ ଡିସଚାର୍ଜ କରାଯାଇଥିଲା। ଏହାର ଏକ ମାସ ପୂର୍ବରୁ, ଜୁନ୍ ୨୬ ରାତିରେ ହଠାତ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସର ୟୁରୋଲୋଜି ବିଭାଗରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ଡକ୍ଟର ଅମଲେଶ ସେଠଙ୍କ ତତ୍ତ୍ୱାବଧାନରେ ଏମ୍ସରେ ଚିକିତ୍ସା କରାଯାଇ ପରଦିନ ତାଙ୍କୁ ଡିସଚାର୍ଜ କରାଯାଇଥିଲା।
More Stories
ଦିଲ୍ଲୀ ସରକାରଙ୍କ ଯୋଜନାର ତଦନ୍ତ ନିର୍ଦ୍ଦେଶ,ବିଜେପିକୁ ଟାର୍ଗେଟ କଲେ କେଜ୍ରିୱାଲ…..
ବାଂଲାଦେଶ ପୋଲିସରେ ହିନ୍ଦୁଙ୍କୁ ନିଯୁକ୍ତି ଦିଆଯିବ ନାହିଁ…..
ପଞ୍ଚଭୂତରେ ବିଲୀନ ହେଲେ ମନମୋହନ…..