ରିପୋର୍ଟକାର୍ଡ / ନୂଆଦିଲ୍ଲୀ
ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତି ମଧ୍ୟରେ ସାରା ଦେଶରେ ଭୟର ପରିସ୍ଥିତି ଲାଗି ରହିଛି । ବିଭିନ୍ନ ରାଜ୍ୟରେ ହାଇଆଲର୍ଟ ଜାରି କରାଯାଇଥିବା ବେଳେ ସୀମାବର୍ତ୍ତୀ ଅଞ୍ଚଳର ଲୋକମାନେ ବଙ୍କରେ ସୁରକ୍ଷିତ ରହିବାକୁ ପରାମର୍ଶ ଦିଆଯାଇଛି । ଏପରିକି ଗଣମାଧ୍ୟମ ପାଇଁ ଆଡଭାଇଜରି ଜାରି କରିଛି ପ୍ରତିରକ୍ଷା ମନ୍ତ୍ରାଳୟ । ଲାଇଭ୍ କଭରେଜ ଠାରୁ ଦୂରେଇ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସୁରକ୍ଷାକର୍ମୀଙ୍କ ଗତିବିଧି ସମ୍ପର୍କରେ କୌଣସି ପ୍ରସାରଣରୁ ଦୂରେଇ ରହିବାକୁ କୁହାଯାଇଛି । ସୂତ୍ରଭିତ୍ତିକ ଖବର ପ୍ରସାରଣ ସେନା କାର୍ଯ୍ୟରେ ବାଧା ସୃଷ୍ଟି କରିପାରେ ।






More Stories
ମୋଦି ସରକାରଙ୍କୁ କେଜ୍ରିୱାଲଙ୍କ ଟାର୍ଗେଟ୍,ଅଶିକ୍ଷିତ…..
ବୀମା ନାହିଁ ତ ତେଲ ନାହିଁ ନିର୍ଦ୍ଦେଶ କାର୍ଯ୍ୟକାରୀ କର…..
କଂଗ୍ରେସ ଉପରେ ବର୍ଷିଲେ ଶାହା…..