ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପଶ୍ଚିମ ଆଫଗାନିସ୍ତାନରେ ହୋଇଥିବା ଶକ୍ତିଶାଳୀ ଭୂକମ୍ପଜନିତ ମୃତ୍ୟୁସଂଖ୍ୟା ୪ ହଜାର ଅତିକ୍ରମ କରିଛି | ଭୂକମ୍ପରେ ପ୍ରାୟ ୨ ହଜାର ଘର ସମ୍ପୂର୍ଣ୍ଣ ମାଟିରେ ମିଶିଯାଇଛି। ଆଫ୍ଗାନ କର୍ତ୍ତୃପକ୍ଷଙ୍କ ତଥ୍ୟ ଅନୁଯାୟୀ ଦୁର୍ଭାଗ୍ୟଜନକ ଭାବେ ଭୂକମ୍ପରେ ମୃତ୍ୟୁସଂଖ୍ୟା ୪ ହଜାର ଟପିଛି ଏବଂ ଲଗାତାର ବଢ଼ୁଛି। ପ୍ରାୟ ୨୦ ଗ୍ରାମରେ ୧୯୮୦ରୁ ୨ ହଜାର ଘର ମାଟିରେ ମିଶିଯାଇଛି। ଉଲ୍ଲେଖଯୋଗ୍ୟ, ଶନିବାର ଆଫଗାନିସ୍ତାନର ହେରତ ପ୍ରଦେଶ ଏବଂ ପଡ଼ୋଶୀ ଅଞ୍ଚଳରେ ୬.୨ ତୀବ୍ରତାର ୨ଟି ଶକ୍ତିଶାଳୀ ଭୂକମ୍ପ ହୋଇଥିଲା। ୧ ହଜାରରୁ ଅଧିକ ଉଦ୍ଧାରକାରୀ ସଦସ୍ୟ ପ୍ରଭାବିତ ଅଞ୍ଚଳରେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ଆଫଗାନିସ୍ତାନର କାମଚଳା ପ୍ରଧାନମନ୍ତ୍ରୀ ମହମ୍ମଦ ହାସନ ଅଖୁନ୍ଦ ସୋମବାର ଦିନ ବିଭିନ୍ନ ଅଧିକାରୀଙ୍କ ସହ ହେରତ ପ୍ରଦେଶର ପ୍ରଭାବିତ ଅଞ୍ଚଳ ଗସ୍ତ କରିଛନ୍ତି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….