ରିପୋର୍ଟ କାର୍ଡ / ପୁରୀ
ଆଜିଠୁ ରାଜ୍ୟର ଆରମ୍ଭ ହେଉଛି ନାଇଟ୍ କର୍ଫ୍ୟୁ । ଏହାକୁ ଦୃଷ୍ଟିରେ ରଖି ଆଜି ରାତି ୮ଟାରୁ ପରେ ଆଉ ଶ୍ରୀମନ୍ଦିର ଭିତରକୁ ଭକ୍ତଙ୍କୁ ଛଡ଼ା ଯିବନାହିଁ । ରାତି ସାଢ଼େ ୮ଟା ସୁଦ୍ଧା ଶ୍ରୀମନ୍ଦିର ପରିସରକୁ ଖାଲି କରାଯିବ । ରାତି ୯ରୁ ନାଇଟ କର୍ଫ୍ୟୁ ଲାଗୁ ହେଉଥିବାରୁ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନେଇଛନ୍ତି। ରାତି ୮ଟାରୁ ଦର୍ଶନ ବ୍ୟବସ୍ଥା ଥିବା ବ୍ୟାରିକେଡ୍ ହେବ ସିଲ୍ । ରାତି ୯ଟାରୁ ସକାଳ ୫ଟା ଯାଏ ରାତ୍ରିକାଳୀନ କର୍ଫ୍ୟୁ ବଳବତ୍ତର ରହିବ । ଏହି ସମୟରେ କେବଳ ଅତ୍ୟାବଶ୍ୟକ ସେବା, ସ୍ୱାସ୍ଥ୍ୟ ସେବା ଜାରି ରହିବ । କାମ ନଥିଲେ ଘରୁ ବାହାରିବାକୁ । ନିୟମର ଉଲ୍ଲଂଘନ କଲେ କଠୋର କାର୍ୟ୍ୟାନୁଷ୍ଠାନ ହେବ ବୋଲି ନିର୍ଦ୍ଦେଶ।
More Stories
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..
ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ପ୍ରବଳ ବର୍ଷୀବ,ଏହି ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଜାରି…..
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..