ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରରେ ଗରିବ ଲୋକଙ୍କୁ କମ୍ ଖର୍ଚ୍ଚରେ ପେଟପୂରା ଖାଦ୍ୟ ଯୋଗାଇଦେବା ପାଇଁ ରାଜ୍ୟ ସରକାର ଆହାର ଯୋଜନା କାର୍ଯ୍ୟକାରୀ କରିଛନ୍ତି । ଆହାର କେନ୍ଦ୍ରଗୁଡ଼ିକର ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୦ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଆହାର କେନ୍ଦ୍ର ପରିଚାଳନା ପାଇଁ ଗଠିତ ରାଜ୍ୟସ୍ତରୀୟ ଆହାର କମିଟିକୁ ଏହି ଅର୍ଥ ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଫଳରେ ରାଜ୍ୟର ସମସ୍ତ ଆହାର କେନ୍ଦ୍ରର ବିଭିନ୍ନ ସମସ୍ୟାର ସମାଧାନ ହେବା ସହିତ ଲୋକମାନେ ଅଧିକ ଉପକୃତ ହୋଇ ପାରିବେ । ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତିକୁ ବିଭିନ୍ନ ମହଲରୁ ସ୍ୱାଗତ କରାଯାଇଛି । ସୂଚନାଯୋଗ୍ୟ ଯେ, ୨୦୧୫-୧୬ରୁ ୨୦୨୧-୨୨ ମସିହା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆହାର କାର୍ଯ୍ୟକ୍ରମ ପାଇଁ ୨୨୮.୭୬ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ରାଜ୍ୟ ସରକାରଙ୍କ ଏକ ଅତ୍ୟନ୍ତ ଲୋକପ୍ରିୟ କାର୍ଯ୍ୟକ୍ରମ । ସହର ମାନଙ୍କରେ ହସପିଟାଲ, ବସଷ୍ଟାଣ୍ଡ ଏବଂ ଅନ୍ୟାନ୍ୟ ଗହଳି ସ୍ଥାନରେ ଜରୁରୀ କାର୍ଯ୍ୟ ପାଇଁ ଯାଇଥିବା ଗରିବ ଲୋକମାନେ ଏହାଦ୍ୱାରା ମାତ୍ର ୫ ଟଙ୍କାରେ ସୁଷମ ଓ ସ୍ୱାସ୍ଥ୍ୟପ୍ରଦ ଆହାର ପାଇପାରୁଛନ୍ତି ।






More Stories
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..
୭ରେ ଓଡ଼ିଶା ଆସିବେ ଅମିତ ଶାହ…..