ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଗାମୀ ୨୦୨୪ ଜାନୁଆରିରେ ଓଡ଼ିଶା ଆସିବେ ଏ ଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ । ଗତକାଲି ଦିଲ୍ଲୀରେ ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଭେଟି ପିସିସି ସଭାପତି ଶରତ ପଟ୍ଟନାୟକ ଓ ଓଡ଼ିଶା ପ୍ରଭାରୀ ଚେଲ୍ଲା କୁମାର ଓଡ଼ିଶା ପ୍ରଦେଶ କଂଗ୍ରେସ ସଂଗଠନ ବିଷୟରେ ଆଲୋଚନା କରିଥିଲେ। ରାଜ୍ୟରେ ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ଦଳ ରାଜ୍ୟରେ କଣ କଣ ସବୁ କାର୍ଯ୍ୟକ୍ରମ କରିଛି, ତାହାର ରିପୋର୍ଟ ନେଇଛନ୍ତି ଖଡ଼ଗେ। ବୈଠକ ପରେ ଖଡ଼ଗେଙ୍କୁ ଓଡ଼ିଶା ଆସିବା ପାଇଁ ନିମନ୍ତ୍ରଣ କରିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ। ଆଜି ଶ୍ରୀ ପଟ୍ଟନାୟକ ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀଙ୍କୁ ଭେଟି ଜାନୁଆରିରେ ଓଡ଼ିଶା ଆସିବା ପାଇଁ ନିମନ୍ତ୍ରଣ କରିବେ ବୋଲି ଜଣାଯାଇଛି।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..