ରିପୋର୍ଟ କାର୍ଡ / ଭୁବନେଶ୍ଵର
ମେଷ : ଭାଗ୍ୟଶାଳୀ ହୋଇପାରନ୍ତି। ଆଦର୍ଶବାଦୀ ବ୍ୟକ୍ତିବିଶେଷଭାବେ ସମ୍ମାନିତ ହେବେ। ସୁସ୍ଥ ଓ ନିରାମୟ ରହିବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ବୃଷ : ମନ ପ୍ରସନ୍ନ ରହିବ। ଐଶ୍ବର୍ଯ୍ୟପ୍ରାପ୍ତି ସହିତ ଅର୍ଥାଗମର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଆୟ ବୃଦ୍ଧିର ସୂଚନା ମିଳୁଛି। ବିଦ୍ବାନ୍ ଓ ଶାସ୍ତ୍ରଜ୍ଞ ହେବେ। ସମାଜସେବା ଓ ପରୋପକାର କାର୍ଯ୍ୟରେ ବ୍ୟସ୍ତ ରହିବେ।
ମିଥୁନ : କର୍ମ ଚଞ୍ଚଳ ରହିବେ। ଥଣ୍ଡା, କଫଜନିତ ସାମାନ୍ୟ କ୍ଲେଶ ଭୋଗ କରିପାରନ୍ତି। ଏକାନ୍ତ ପ୍ରିୟ ହେବେ। ମଧୁର କଥା କହି ପରକୁ ଆପଣାର କରିପାରନ୍ତି। ଈଶ୍ବର ବିଶ୍ବାସୀ ହୋଇ ଧର୍ମକାର୍ଯ୍ୟରେ ଧନ ବ୍ୟୟ କରିପାରନ୍ତି।
କର୍କଟ : ମନ ପ୍ରସନ୍ନ ରହିବ। ସୁସ୍ଥ ରହିବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି। ବିଦ୍ୟାର୍ଥୀମାନେ କୃତକାର୍ଯ୍ୟ ହେବେ।
ସିଂହ : କର୍ମଚଞ୍ଚଳ ରହିବେ। ମନ ପ୍ରସନ୍ନ ରହିବ। କୁଳ ପ୍ରଦୀପ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସେହ୍ନ, ସଦ୍ଦିଚ୍ଛା ରହିବ।
କନ୍ୟା : ସମାଜସେବୀ ଓ ପରୋପକାରୀ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ, ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ତୁଳା : ଧନ କ୍ଷୟ ହେବାର ସମ୍ଭାବନା ଅଛି। ପ୍ରତିଶୋଧ ପରାୟଣ ହେବେ। ସ୍ବାଭିମାନୀ ହୋଇପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଜ୍ଞାନୀ ଓ ଶାସ୍ତ୍ରଜ୍ଞ ହେବେ।
ବିଛା : ବ୍ୟବସାୟରୁ ଆଶାନୁରୂପ ଲାଭ ମିଳିବ। ସମାଜସେବା ପ୍ରତି ମନ ବଳାଇ ପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହେବେ। ମନରେ ଗର୍ବ ଓ ଅଂହ ଭାବ ଉଦ୍ରେକ ହୋଇପାରେ।
ଧନୁ : ଅନାବଶ୍ୟକ ଖର୍ଚ୍ଚ କରିପାରନ୍ତି। ଶତ୍ରୁର ଉପସ୍ଥିତି ଯୋଗୁଁ ମନରେ ଉଦ୍ବେଗ ଜାତ ହୋଇପାରେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଶତ୍ରୁହନ୍ତା ହେବେ। ଚିନ୍ତାଧାରା ଉନ୍ନତମାନର ହେବ। ଭଗବତ ପ୍ରେମୀ ଓ ଈଶ୍ବର ବିଶ୍ବାସୀ ହେବେ।
ମକର : ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। କର୍ମ ଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ। ବ୍ୟବସାୟରୁ ପ୍ରଚୁର ଧନଲାଭର ସୂଚନା ମିଳୁଛି।
କୁମ୍ଭ : ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ବିବେକାନୁମୋଦିତ କାର୍ଯ୍ୟ କରିବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। କୃଷି କର୍ମକାରୀ ହେବେ। ଦଳ ପ୍ରତି ଆଦର ଓ ସମ୍ମାନ ବଢ଼ିବ। ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି।
ମୀନ : ପରିଶ୍ରମର ମୂଲ୍ୟ ମିଳିବ। ଆସ୍ତିକ ହେବେ। ମନ ପ୍ରସନ୍ନ ରହିବ। ମଧୁରଭାଷୀ ହେବେ। ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ପାଇପାରନ୍ତି।
More Stories
ଉଦ୍ୟୋଗୀ ହେବେ…..
ବନ୍ଧୁ ସୁଖ ମିଳିବ…..
ଲୋକପ୍ରିୟ ହେବେ…..