ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଗଜପତି ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଠାରେ ବହୁ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବା କାର୍ଯ୍ୟକ୍ରମ ରହିଛି । ସକାଳ ୧୧ଟାରେ ସେ ପାରଳାଖେମୁଣ୍ଡି ହେଲିପ୍ୟାଡରେ ପହଞ୍ଚିବେ । ଗଜପତି ଜିଲ୍ଲାରେ ବୃହତ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ମୋହନା ବ୍ଲକର ହରଭଙ୍ଗିଠାରେ ଏହା ନିର୍ମାଣ ହେବ । ଏଥିପାଇଁ ଖର୍ଚ୍ଚ ହେବ ମୋଟ୍ ୭୯୬ କୋଟି ଟଙ୍କା । ଏଥିସହ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବା କାର୍ୟ୍ୟକ୍ରମ ବି ରହିଛି । ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ୧୫ଟି ପ୍ରକଳ୍ପ ଓ ମୋହନା ନିର୍ବାଚନ ମଣ୍ଡଳୀରେ ୨୧ଟି ପ୍ରକଳ୍ପ ରହିଛି ।ଏଥିସହ ଆଜି ଗଜପତି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଜିଲ୍ଲାରେ ମୋଟ ୯୬ ହଜାର ହିତାଧିକାରୀଙ୍କୁ ଚୟନ କରି ତାଲିକାଭୁକ୍ତ କରାଯାଇଛି । ଉପକୃତ ହେବେ ପ୍ରାୟ ୪ଲକ୍ଷରୁ ଅଧିକ ଲୋକ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।






More Stories
ମା’ର ହତ୍ୟା ଦେଖିଦେବାରୁ ଭାଣିଜୀକୁ ମାରିଦେଲେ…..
ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା……
ମା’କୁ ଜାଳିଦେଲେ ପୁଅ…..