ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପ୍ରକାଶ ପାଇବ ଶ୍ରେଣୀ ବୋର୍ଡ ପରୀକ୍ଷା ଫଳ । ଅପରାହ୍ନ ୪ଟାରେ ମାଧ୍ୟମିକ ଶିକ୍ଷା ବୋର୍ଡ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ପାଇବ। ସନ୍ଧ୍ୟା ୬ଟାରେ ୱେବ୍ସାଇଟ୍ରେ ରେଜଲ୍ଟ ଉପଲବ୍ଧ ହେବ। ଛାତ୍ରଛାତ୍ରୀ www.bseodisha.ac.in ଏବଂ www.bseodisha.nic.in ୱେବ୍ସାଇଟ୍ରେ ଦେଖିପାରିବେ ରେଜଲ୍ଟ | SMS ଜରିଆରେ ମଧ୍ୟ ରେଜଲ୍ଟ ପାଇ ପାରିବେ ଛାତ୍ରଛାତ୍ରୀ । ଏଥିପାଇଁ OR01 ଲେଖି ସ୍ପେଶ୍ ଦେବା ପରେ ରୋଲ ନମ୍ବର ଲେଖି ୫୬୭୬୭୫୦କୁ SMS କରିବାକୁ ହେବ। ସୂଚନା ଅନୁସରେ- ଓପନ ସ୍କୁଲ ଓ ମଧ୍ୟମା ପରୀକ୍ଷା ଫଳ ବି ଆଜି ବାହାରିବ। କରୋନାର ଦ୍ୱିତୀୟ ଲହର ପାଇଁ ରାଜ୍ୟ ସରକାର ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ବାତିଲ କରିଥିଲେ ସରକାର। ବିକଳ୍ପ ମୂଲ୍ୟାୟନ ସ୍ୱରୂପ ପ୍ରିବୋର୍ଡ ପରୀକ୍ଷା ଆଧାରରେ ପିଲାଙ୍କୁ ମାର୍କ ଦିଆଯାଇଛି। ହେଲେ ଅନ୍ୟ ବର୍ଷ ତୁଳନାରେ ରେଜଲ୍ଟ କଣ ହେଉଛି ତାହା ଉପରେ ନଜର |






More Stories
ବିଜୟ ହେବେ ତାମିଲନାଡୁର ମୁଖ୍ୟମନ୍ତ୍ରୀ……
ବିଜେପିର ଶପଥ ଗ୍ରହଣ ଉତ୍ସବ:ଦୁର୍ଗା ମୂର୍ତ୍ତିରୁ ମଞ୍ଚ ଉପରେ ଝାଲମୁଢି ପର୍ଯ୍ୟନ୍ତ….
୬ ସିଭିଲ ଜଜ୍ଙ୍କ ବଦଳି…..