ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ଆଉ ୧୦୭୮ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍ରୁ ୬୨୬ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୪୫୨ ରହିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯,୯୦,୦୭୫ରେ ପହଞ୍ଚିଛି। ତେବେ ଆକ୍ଟିଭ୍ କେସ୍ ୧୦,୬୮୨ ଥିବାବେଳେ ୯,୭୨,୭୧୦ ଜଣ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୭୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରେ ୧୪୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି| ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୨୬, ବାଲେଶ୍ୱରରୁ ୪୫, ବରଗଡ଼ରୁ ୬, ଭଦ୍ରକରୁ ୨୫, ବଲାଙ୍ଗିରରୁ ୪, ବୌଦ୍ଧରୁ୧, କଟକରୁ ୧୪୭, ଦେବଗଡ଼ରୁ ୪, ଢେଙ୍କାନାଳରୁ ୧୬, ଗଜପତିରୁ ୨, ଗଞ୍ଜାମରୁ ୬, ଜଗତସିଂହପୁରରୁ ୫୮, ଯାଜପୁରରୁ ୫୮, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୧, କନ୍ଧମାଳରୁ ୬, କେନ୍ଦ୍ରାପଡ଼ାରୁ ୫୧, କେନ୍ଦୁଝରରୁ ୧୨, ଖୋର୍ଦ୍ଧାରୁ ୩୭୨, ମାଲକାନଗିରିିରୁ ୫, ମୟୂରଭଞ୍ଜରୁ ୩୫, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୨୬, ନୂଆପଡ଼ାରୁ ୫, ପୁରୀରୁ ୪୮, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୨, ସୁବର୍ଣ୍ଣପୁରରୁ ୫, ସୁନ୍ଦରଗଡ଼ରୁ ୬ ଓ ଷ୍ଟେଟ୍ ପୁଲ୍ରୁ ୮୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
Discussion about this post