ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ସଂକ୍ରମଣ ଉପର ତଳ ହେଉଛି | ଆଜି ରାଜ୍ୟରେ ଦୈନିକ ସଂକ୍ରମଣ ୩୬୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ଗୁରୁବାର ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୨୧୨ ଓ ସ୍ଥାନୀୟ ସଂକ୍ରମିତ ୧୫୩ ଜଣ ରହିଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୫୬ ଜଣ ଥିବା ଜଣାଯାଇଛି । ଆଜିର ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୦୫୯୫ କୁ ବୃଦ୍ଧି ହୋଇଛି । ଅନୁଗୁଳରୁ ୧, ବାଲେଶ୍ୱର ୨, ବରଗଡ ୧, ଭଦ୍ରକ ୭, କଟକ ୩୪, ଦେବଗଡ ୬ ଓ ଢେଙ୍କାନାଳରୁ ୪ ଜଣ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୫, ଜଗତସିଂହପୁର ୧୩, ଯାଜପୁର ୧୦, ଝାରସୁଗୁଡା ୩, କଳାହାଣ୍ଡି ୩, କେନ୍ଦ୍ରାପଡା ୨୦, ଖୋର୍ଦ୍ଧାରେ ୧୫୭ ଜଣଙ୍କୁ ଚିହ୍ନଟ କରାଯାଇଛି । କୋରାପୁଟ ୪, ମାଲକାନଗିରି ୧, ମୟୁରଭଞ୍ଜ ୨୩, ନୟାଗଡ ୧, ନୂଆପଡା ୩, ପୁରୀ ୧୦, ରାୟଗଡା ୧, ସମ୍ବଲପୁର ୧୦, ସୋନପୁର ୧, ସୁନ୍ଦରଗଡ ୮ ଓ ଷ୍ଟେଟପୁଲରୁ ୩୭ ଚିହ୍ନଟ ହୋଇଛନ୍ତି । ଦିନକ ମଧ୍ୟରେ ୫୪୬ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ସଂପ୍ରତି ୪୫୬୩ ସକ୍ରିୟ କରୋନା ରୋଗୀ ଥିବା ଜଣାଯାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି |






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,ବାତ୍ୟା ଆଶଙ୍କା…..
ପିଲାଙ୍କୁ ମିଳିବ ୟୁନିଫର୍ମ…..
ବସ୍ତି ବାସିନ୍ଦାଙ୍କୁ ମିଳିବ ଘର…..