ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୯ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ଜଣ ରହିଥିବା ବେଳେ କଟକ, ବରଗଡ଼, ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ, କେନ୍ଦ୍ରାପଡ଼ା, ମୟୁରଭଞ୍ଜ, ସୋନପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ପୁରୀ ଜିଲ୍ଲାରୁ ଜଣେ ଆକ୍ରାନ୍ତ ରହିଛନ୍ତି ।
More Stories
କୁଖ୍ୟାତ ଅପରାଧୀଙ୍କୁ ତଡିପାର କରାଯିବ…..
ଆୟୁଷ୍ମାନ ଭାରତକୁ ନେଇ ବଡ଼ ଘୋଷଣା….
ଗୋପାଳପୁର ବନ୍ଦ ଗଲା ଆଦାନୀ ଗ୍ରୁପକୁ…..