ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେଦୈନିକ କରୋନା ସଂକ୍ରମଣ ହାର ହ୍ରାସ ପାଉଥିବା ବେଳେ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୨୪୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣ, ବରଗଡ, ଗଞ୍ଜାମ, କଳାହାଣ୍ଡି, ପୁରୀ, ସୁନ୍ଦରଗଡରୁ ୫ ଲେଖାଏଁ, କେନ୍ଦ୍ରାପଡାରୁ ୪ଜଣ, କଟକ, କନ୍ଧମାଳ, ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଝାରସୁଗୁଡା, କେନ୍ଦୁଝର, ନୟାଗଡ, ନୂଆପଡା, ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।
Discussion about this post