ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୭ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୯୦୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୨୦ଜଣ, ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ୯ଜଣ ଲେଖାଏଁ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୪ଜଣ ରହିଛନ୍ତି । କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । କଳାହାଣ୍ଡି, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
More Stories
ଗରିବଙ୍କ କୁଡ଼ିଆରେ ଫଟୋ ଉଠାଇ ଆନନ୍ଦ ପାଆନ୍ତି,ଗରିବଙ୍କ ଉପରେ ଭାଷଣ ବୋରିଂ……
ଆସନ୍ତାକାଲି ଦିଲ୍ଲୀ ନିର୍ବାଚନ,ହନୁମାନ ଙ୍କୁ ପୂଜାର୍ଚ୍ଚନା କଲେ କେଜ୍ରିୱାଲ୍……
ଭିଜିଲାନ୍ସ ଜାଲରେ ଏଏସଆଇ……