ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟା ଉପର ତଳ ହେଉଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୬୯ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୬୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ରହିଛନ୍ତି କଟକରୁ ସର୍ବାଧିକ ୩୮ ଜଣ ମୃତ୍ୟୁ ବରଣ କରିଥିବା ବେଳେ, ଜଗତସିଂହପୁରରୁ ୯, ଢେଙ୍କାନାଳରୁ ୬, ଯାଜପୁର, କେନ୍ଦ୍ରାପଡା ଓ ମୟୂରଭଞ୍ଜରୁ ୩ ଲେଖାଏଁ, ଅନୁଗୋଳ, ନବରଙ୍ଗପୁରରୁ ୨ ଲେଖାଏଁ, ଭଦ୍ରକ କେନ୍ଦୁଝରରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି ।
Discussion about this post