Report Card Odisha

| Daily Odia News

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କର ବିବାହ ମହୋତ୍ସବ…..

ରିପୋର୍ଟ କାର୍ଡ / ପୁରୀ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କର ବିବାହ ମହୋତ୍ସବ ଅନୁଷ୍ଠିତ ହେବ । ମା’ଲକ୍ଷ୍ମୀ ଠାକୁରାଣୀ ସାଜିବେ ଦେବୀ ଋକ୍ମିଣୀ । ଶ୍ରୀମଦନମୋହନ ସାଜିବେ ଶ୍ରୀକୃଷ୍ଣ । ଜ୍ୟେଷ୍ଠମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ୠକ୍ମିଣୀ ହରଣ ଏକାଦଶୀ ବିଧି । ଏହି ଅବସରରେ ଠାକୁର-ଠାକୁରାଣୀଙ୍କ ଦେବ ବିବାହ ନୀତି ସମ୍ପନ୍ନ ହେବ । ଶିଶୁପାଳ ରୁକ୍ମିଣୀଙ୍କୁ ବିବାହ କରିବାକୁ ଚାହୁଁଥିବା ଜାଣିପାରି ତାଙ୍କୁ ବାଟରୁ ହରଣ କରିନେବାକୁ ଦେବୀ ଗୁପ୍ତରେ ଶ୍ରୀକୃଷ୍ଣଙ୍କୁ ଚିଠି ଲେଖି ଜଣାଇଥିଲେ । ଯୋଜନା ମୁତାବକ ବିମଳାଙ୍କ ମନ୍ଦିରରେ ପୂଜା ସାରି ଫେରିବା ବାଟରେ ରୁକ୍ମିଣୀରୂପୀ ମା’ଲକ୍ଷ୍ମୀ ଠାକୁରାଣୀଙ୍କୁ ଶ୍ରୀକୃଷ୍ଣରୂପୀ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ ହରଣ କରିନେବେ । ବାଟରେ ଶିଶୁପାଳ ପ୍ରତିରୋଧ କରିବେ । ଘମାଘୋଟ ଲଢ଼େଇ ପରେ ଶିଶୁପାଳ ପରାସ୍ତ ହୋଇ ବନ୍ଦୀ ହେବେ । ସେବକମାନେ ଦେବତାଙ୍କ ପକ୍ଷରୁ ଏହି ନୀତି ସମ୍ପାଦନ କରିବେ । ରାତିରେ ମହାପ୍ରଭୁଙ୍କ ସହିତ ରୁକ୍ମିଣୀଙ୍କ ବିବାହ ଉତ୍ସବ ସମ୍ପନ୍ନ ହେବ । ଏଥି ସହିତ ଭିତର ଚନ୍ଦନ ଯାତ୍ରା ଅବସରରେ ମହାପ୍ରଭୁଙ୍କ ଜଳକ୍ରୀଡ଼ା ବିଧି ଅନୁଷ୍ଠିତ ହେବ ।

Breaking News