Report Card Odisha

| Daily Odia News

ଆଜିଠାରୁ ସ୍କୁଲରେ ଆରମ୍ଭ ହେଲା ନବମ ଶ୍ରେଣୀ କ୍ଲାସ୍‌……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ବିଦ୍ୟାଳୟରେ ନବମ ଶ୍ରେଣୀ କ୍ଲାସ୍‌ । ସକାଳ ୯ଟାରୁ ଦିନ ସାଢ଼େ ୧୨ଟା ଯାଏ ଛାତ୍ରଛାତ୍ରୀ ଶ୍ରେଣୀଗୃହରେ ପାଠ ପଢ଼ିବେ । ଛାତ୍ରଛାତ୍ରୀମାନେ ଅଭିଭାବକଙ୍କର ଅନୁମତି ପତ୍ର ନେଇ ସ୍କୁଲ ଆସିଥିବା ବେଳେ ପ୍ରବେଶ ସମୟରେ ଛାତ୍ରଛାତ୍ରୀଙ୍କର ଥର୍ମାଲ ସ୍କ୍ରିନିଂ କରାଯାଇଥିଲା। ଏହାପରେ ସେମାନଙ୍କୁ କ୍ଲାସ୍‌ ରୁମ୍‌ ଭିତରକୁ ଛଡ଼ା ଯାଇଥିଲା। ସାମାଜିକ ଦୂରତ୍ୱ ରକ୍ଷା କରି କ୍ଲାସ ରୁମରେ ସିଟିଂ ଆରେଞ୍ଜମେଣ୍ଟ ହୋଇଛି। ତେବେ ରବିବାର ଓ ଅନ୍ୟ ସରକାରୀ ଛୁଟି ଦିନରେ କ୍ଲାସ୍‌ ହେବ ନାହିଁ। କୋଭିଡ କଟକଣା ମଧ୍ୟରେ ପାଠପଢ଼ା ହେବ। କ୍ଲାସ୍‌ ଆରମ୍ଭ ହେବା ନେଇ ବିଭାଗୀୟ ସଚିବ, ମାଧ୍ୟମିକ ଶିକ୍ଷା ପରିଷଦର ସଭାପତି ଓ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଚିଠି ଲେଖିଥିଲେ।ପୂର୍ବରୁ ଯେଉଁ ଏସ୍ଓପି ଜାରି କରାଯାଇଥିଲା, ତାକୁ ପାଳନ କରିବାକୁ ଚିଠିରେ ଉଲ୍ଲେଖ କରିଥିଲେ ସ୍କୁଲ ଓ ଗଣଶିକ୍ଷା ବିଭାଗର ସଚିବ।କ୍ଲାସରୁମ୍ ପାଠପଢ଼ା ପାଇଁ କାହାକୁ ବାଧ୍ୟ କରାଯିବ ନାହିଁ। ଅଭିଭାବକଙ୍କ ସହିତ ଆଲୋଚନା କରାଯାଇ ଛାତ୍ରଛାତ୍ରୀ ଅନ୍‌ଲାଇନ୍‌ କିମ୍ବା ଅଫ୍‌ଲାଇନ୍‌ରେ କ୍ଲାସ କରିପାରିବେ।ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଆଜିଠୁ ହଷ୍ଟେଲ ମଧ୍ୟ ଖୋଲିଛି।

Breaking News