ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଉ ଦିନ କେଇଟା ପରେ ହୋଇଥାନ୍ତା ପିପିଲି ଉପ ନିର୍ବାଚନ ପାଇଁ ଭୋଟ ଗ୍ରହଣ । ଏହା ପୂର୍ବରୁ ଅର୍ଥାତ ଆଜି ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ପରଲୋକ ହୋଇଯାଇଛି । କରୋନାରେ ପୀଡ଼ିତ ଥିବା ଅଜିତ ମଙ୍ଗରାଜ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅଜିତ ମଙ୍ଗରାଜଙ୍କ ଦେହାନ୍ତରେ ଶୋକପ୍ରକାଶ କରିଛନ୍ତି। ନବୀନ ପଟ୍ଟନାୟକ ଟ୍ବିଟ୍ କରି ଲେଖିଛନ୍ତି, ‘ ପିପିଲି ବିଧାନସଭା ଉପ ନିର୍ବାଚନରେ ପ୍ରତିଦ୍ବନ୍ଦିତା କରୁଥିବା କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାପ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି’। ସେପଟେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ୍ କରି ଲେଖିଛନ୍ତି, ‘ପିପିଲି ଉପ ନିର୍ବାଚନରେ କଂଗ୍ରେସ ଦଳର ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ରାଜନୈତିକ ଜୀବନରେ ତାଙ୍କର ଅବଦାନ ସ୍ମରଣୀୟ ହୋଇରହିବ। ନିର୍ବାଚନ ପ୍ରକ୍ରିୟା ଚାଲିଥିବା ବେଳେ ତାଙ୍କର ଦେହାନ୍ତ ଅତ୍ୟନ୍ତ ଦୁଃଖଦାୟକ। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି।
More Stories
ଆରଜି କର ଦୁଷ୍କର୍ମ ଓ ହତ୍ୟା ଘଟଣା: ଦୋଷୀ ସଞ୍ଜୟ ରୟକୁ ଆଜୀବନ କାରାଦଣ୍ଡ…..
୨୪ରୁ ପ୍ରଧାନମନ୍ତ୍ରୀ ଆବାସ ସର୍ଭେ…..
ଓଡିଶା ବହୁ ବିଧ ଖଣିଜ ସମ୍ପଦରେ ଭରପୂର ରାଜ୍ୟ….