ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମହାରାଷ୍ଟ୍ର ରାଜନୀତିରେ ବଡ଼ ପରିବର୍ତ୍ତନ ହୋଇଛି । ଶିବସେନା ପରେ ଏନସିପି ଦି’ ଫାଳ ହୋଇଯାଇଛି | ଆଜି ୯ ବିଧାୟକଙ୍କ ସମର୍ଥନ ନେଇ ବିଜେପି ସହିତ ସାମିଲ ହେବା ସହିତ ଅଜିତ ପାୱାର ଉପମୁଖ୍ୟମନ୍ତ୍ରୀ ପଦରେ ଶପଥ ଗ୍ରହଣ କରିଛନ୍ତି। ଅଜିତ ପାୱାରଙ୍କ ସହ ଛଗନ ଭୁଜବଲ, ଦିଲୀପ ୱାଲସେ ପାଟିଲ, ହାସନ ମୁଶ୍ରିଫ, ରାମରାଜ ନିମ୍ବଲକର, ଧନଞ୍ଜୟ ମୁଣ୍ଡେ, ଆଦିତ୍ୟ ଟାଟକେରେ, ସଞ୍ଜୟ ବାନସୋଡେ ଏବଂ ଅନିଲ ପାଟିଲ ଶପଥ ଗ୍ରହଣ କରିଛନ୍ତି। ଶରଦ ପାୱାରଙ୍କ ସମେତ କିଛି ନେତା ଓ ବିଧାୟକ ଏବେ ବି ଉଦ୍ଧବ ଠାକରେ ଓ କଂଗ୍ରେସ ସହ ରହିଛନ୍ତି। ସମର୍ଥନ ଦେବା ମାତ୍ରେ ଅଜିତ ପାୱାର ରାଜଭବନରେ ପହଞ୍ଚି ରାଜ୍ୟପାଳଙ୍କୁ ଭେଟିଥିଲେ। ଏହାପରେ ସେହିଠାରେ ହିଁ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଅଜିତ ପାୱାର ମହାରାଷ୍ଟ୍ରର ନୂଆ ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତାଙ୍କ ସହ ଆଉ ୯ ଜଣ ବିଧାୟକ ମଧ୍ୟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଅଜିତ ପାୱାରଙ୍କ ଶପଥ ପାଠ ପରେ ମହାରାଷ୍ଟ୍ରରେ ଦୁଇ ଜଣ ଉପ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ପୂର୍ବରୁ ବିଜେପି ନେତା ଦେବେନ୍ଦ୍ର ଫଡନାଭିସ ଉପ ମୁଖ୍ୟମନ୍ତ୍ରୀ ପଦରେ ଥିବା ବେଳେ ଆଜି ଅଜିତ ପାୱାର ଉପ ମୁଖ୍ୟମନ୍ତ୍ରୀ ହୋଇଛନ୍ତି।
More Stories
ନେତାନ୍ୟାହୁ ଙ୍କ ବିରୋଧରେ ଗିରଫ ପରୱାନା ଜାରି…..
କେନିଆରେ ରଦ୍ଦ ହେଲା ଆଦାନୀ ପ୍ରକଳ୍ପ…..
ଯୁକ୍ତ ୨ ରେ ୧୦୦ ରୁ ୨୪ ରଖିଲେ ପାସ୍….